ଢେଙ୍କାନାଳ ସାଇକୃପା ଆବାସିକ ମହାବିଦ୍ୟାଳୟରୁ 33 କୋରନା ରୋଗୀ ଚିହ୍ନଟ ହେବା ପରେ ଏହାକୁ ସିଲ କଲା ଜିଲ୍ଲା ପ୍ରଶାସନ !!!

Spread the love

ଢେଙ୍କାନାଳ ( ଆୱାଜ ମିଡ଼ିଆ ) – ରଞ୍ଜିତ ବେହେରା : ଢେଙ୍କାନାଳ ସହର କୁଞ୍ଜକାନ୍ତ ସ୍ଥିତ ସାଇକୃପା ଯୁକ୍ତ ଦୁଇ ଆବାସିକ ମହାବିଦ୍ୟାଳୟର ୩୩ ଜଣ ଛାତ୍ରଛାତ୍ରୀ କରୋନାରେ ସଂକ୍ରମିତ ହେବା ପରେ ଗତକାଲି ପ୍ରଶାସନ ପକ୍ଷରୁ କୁଞ୍ଜକାନ୍ତି ଅଞ୍ଚଳର ୨ ନମ୍ବର ୱାର୍ଡକୁ ୧୦ ଦିନ ପାଇଁ କଣ୍ଟେନମେଣ୍ଟ ଜୋନ ଘୋଷଣା କରାଯାଇଥିଲା । ତେବେ ଆଜି ପ୍ରଶାସନ ପକ୍ଷରୁ ପୌର ନିର୍ବାହୀ ଅଧିକାରୀ ଅତନୁ କୁମାର ସାମନ୍ତ ଓ ସ୍ୱତନ୍ତ୍ର କୋଭିଡ ଟିମ୍ ସେଠାରେ ପହଞ୍ଚି କଲେଜ ଓ ଏହାର ଦୁଇଟି ୨ଟି ହଷ୍ଟେଲକୁ ସିଲ କରି ଦେଇଛନ୍ତି । ସୂଚନା ଅନୁଯାୟୀ ସର୍ବମୋଟ ୨୬୦ ଛାତ୍ରଛାତ୍ରୀଙ୍କର କରୋନା ପରୀକ୍ଷା ହୋଇଥିଲା । ୯୦ ଜଣଙ୍କ ରିପୋର୍ଟ ଆସିଥିବା ବେଳେ ସେଥୁମଧ୍ୟରୁ ୩୩ ଜଣ ସଂକ୍ରମିତ ହୋଇଛନ୍ତି । ଅନ୍ୟପଟେ ସଂକ୍ରମିତଙ୍କର ସ୍ଵାସ୍ଥ୍ୟବସ୍ଥା ଗୁରୁତର ନଥିବା ସୂଚନା ରହିଛି ।

Leave a Reply

Your email address will not be published. Required fields are marked *