ସହିଦ ଙ୍କୁ ଶ୍ରଦ୍ଧାଞ୍ଜଳି !!!

Spread the love

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ଠାରେ ସ୍ଥାନୀୟ ଶିଶୁ ମନ୍ଦିର ଠାରୁ ଏକ କ୍ୟାଣ୍ଡେଲ ଶୋଭାଯାତ୍ରା ଆୟୋଜନ କରାଯାଇ ସହୀଦ ଙ୍କୁ ଶ୍ରଦ୍ଧାଞ୍ଜଳି ପ୍ରଦାନ କରାଯାଇଛି ।

ଏହି ଶୋଭାଯାତ୍ରାରେ ଶିଶୁ ମନ୍ଦିର ର ଛାତ୍ର ଛାତ୍ରୀ ଓ ଆଚାର୍ଯ୍ୟ ମାନେ କ୍ୟାଣ୍ଡେଲ ପ୍ରଜ୍ଜ୍ୱଳନ କରି ସ୍ଥାନୀୟ ଜଗନ୍ନାଥ ମନ୍ଦିର ନିକଟରେ ପହଞ୍ଚିଥିଲେ . ସିଡିଏସ ରାୱତ ଓ ଅନ୍ୟ ସୈନ୍ୟ ମାନଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଥିଲା । ଏହି କାର୍ଯ୍ୟକ୍ରମ ରେ ସ୍କୁଲର ପ୍ରଧାନ ଆଚାର୍ଯ୍ୟ ସରୋଜ ପଣ୍ଡା, ରାମାନନ୍ଦ ଦାସ ଜି ମହାରାଜ, ଆଶାଲତା ପାଣିଗ୍ରାହୀ, ଶିଶୁ ମନ୍ଦିର ର ଆଚାର୍ଯ୍ୟ ଓ ଆଚାର୍ଯ୍ୟା ମାନେ ଉପସ୍ଥିତ ରହି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ ।

Leave a Reply

Your email address will not be published. Required fields are marked *