ନୂଆଗାଁ ( ଆୱାଜ ମିଡ଼ିଆ ) – ସଞ୍ଜୀବ କୁମାର ଡାକୁଆ : ଦଶପଲ୍ଲା ନିର୍ବାଚନ ମଣ୍ଡଳୀର ବିଭିନ୍ନ ସ୍ଥାନରେ ହିତାଧିକାରୀ ଙ୍କୁ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ମାଧ୍ୟମରେ ସ୍ମାର୍ଟ କାର୍ଡ ବଣ୍ଟନ କରାଯାଇଛି . ନିର୍ବାଚନ ମଣ୍ଡଳୀର ଖମାରସାହି ନୋଡ଼ାଲ ଉଚ୍ଚ ବିଦ୍ୟାଳୟ ଠାରେ ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା ଉପସ୍ଥିତ ରହି ଓଡିଶା ସରକାରଙ୍କ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ସ୍ମାର୍ଟ କାର୍ଡ ବଣ୍ଟନ କରିବା ସହ ଯୋଜନା ର ସମସ୍ତ ସୁବିଧା ସୁଯୋଗ ବିଷୟରେ ଅବଗତ କରାଇଥିଲେ । ଦଶପଲ୍ଲା ବ୍ଲକ୍ ଶିମିଳିସାହି ପଞ୍ଚାୟତ ଅନ୍ତର୍ଗତ ଆଞ୍ଚଳିକ ଉଚ୍ଚ ବିଦ୍ୟାଳୟ , ଦେଢ଼ସର ଠାରେ ମଧ୍ୟ ହିତାଧିକାରୀ ଙ୍କୁ ସ୍ମାର୍ଟ କାର୍ଡ ବଣ୍ଟନ କରାଯାଇଛି । ସେହିପରି ଦଶପଲ୍ଲା ବ୍ଲକ୍ ତେଣ୍ଡାବାଡ଼ି ପଞ୍ଚାୟତ , ଟାକେରା ଗ୍ରାମ ପଞ୍ଚାୟତ ଠାରେ ରାଜ୍ୟ ସରକାରଙ୍କ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ସ୍ମାର୍ଟ ହେଲଥ କାର୍ଡ ହିତାଧିକାରୀ ଙ୍କୁ ବଣ୍ଟନ କାର୍ଯ୍ୟକ୍ରମରେ ସ୍ଥାନୀୟ ବିଧାୟକ ଉପସ୍ଥିତ ରହି ଯୋଜନା ର ସମସ୍ତ ସୁବିଧା ସୁଯୋଗ ବିଷୟରେ ଅବଗତ କରାଇଥିଲେ ।
ଦଶପଲ୍ଲା ନିର୍ବାଚନ ମଣ୍ଡଳୀରେ ହିତାଧିକାରୀ ଙ୍କୁ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ସ୍ମାର୍ଟ କାର୍ଡ ବଣ୍ଟନ !!!

