ସଡକ ଦୁର୍ଘଟଣାରେ ଜଣେ ମୃତ ଜଣେ ଗୁରୁତର !!!

Spread the love

ବାଣପୁର ( ଆୱାଜ ମିଡ଼ିଆ ) – ରାକେଶ ସାହୁ : ଖୋର୍ଦ୍ଧା ଜିଲ୍ଲା ଟାଙ୍ଗୀ ଥାନା ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥ ଚଣ୍ଡେଶ୍ୱର ଓଭର୍ ବ୍ରିଜ୍ ନିକଟରେ ଘଟିଛି ମର୍ମନ୍ତୁଦ ସଡକ ଦୁର୍ଘଟଣା । ସୂଚନା ମୁତାବକ ଭୁବନେଶ୍ୱର ରୁ ଏକ ମାରୁତି ଡିଜିୟାର କାର୍ ବ୍ରହ୍ମପୁର ଅଭିମୁଖେ ଯାଉଥିବା ସମୟରେ ଭାରସାମ୍ୟ ହରାଇ ଡିଭାଇଡର କୁ ଶକ୍ତ ଧକା ଦେଇଥିଲା । ଯାହା ଫଳରେ ଦୁର୍ଘଟଣା ସ୍ଥଳରେ ଜଣଙ୍କର ଅବସ୍ଥା ଗୁରୁତର ହୋଇଥିବା ବେଳେ ଆଉ ଜଣଙ୍କର ମୃତ୍ୟୁ ଘଟିଛି । ଉଭୟଙ୍କ ପରିଚୟ ଜଣା ପଡ଼ିନଥିବା ବେଳେ ଘଟଣା ସ୍ଥଳରେ ଟାଙ୍ଗୀ ପୋଲିସ୍ ପହଞ୍ଚି ଉଭୟଙ୍କୁ ଉଦ୍ଧାର କରି ଟାଙ୍ଗୀ ମେଡିକାଲ ରେ ଭର୍ତ୍ତି କରିବା ସହିତ ତଦନ୍ତ ଜାରି ରଖିଛି ।

Leave a Reply

Your email address will not be published. Required fields are marked *