ଗଣଦୁଷ୍କର୍ମ ମାମଲାର ବିଚାର : ୪ ଅଭିଯୁକ୍ତ ନିର୍ଦ୍ଦୋଷ ରେ ଖଲାସ , ପୀଡ଼ିତାଙ୍କ ବିରୋଧରେ ମାମଲା ରୁଜୁ ପାଇଁ ଆଦେଶ !!!

Spread the love

କନ୍ଧମାଳ ( ଆୱାଜ଼ ମିଡ଼ିଆ ) – ସଞ୍ଜୟ କୁମାର ପାଣିଗ୍ରାହୀ : କନ୍ଧମାଳ ଜିଲ୍ଲା ଫୁଲବାଣୀ ଫାଷ୍ଟ ଟ୍ରାକ କୋର୍ଟ ଏକ ଗଣଦୁଷ୍କର୍ମ ମାମଲାର ବିଚାର କରି ଅଭିଯୁକ୍ତ ମାନଙ୍କୁ ନିର୍ଦ୍ଦୋଷରେ ଖଲାସ କରିବା ସହ ପୀଡିତାଙ୍କ ବିରୋଧରେ ମାମଲା ରୁଜୁ କରିବାକୁ ଆଦେଶ ଦେଇଛନ୍ତି । ସୂଚନା ଅନୁଯାୟୀ, ଗତ ବର୍ଷ ମେ ମାସରେ ଫୁଲବାଣୀ ସଦର ଥାନାରେ ଜଣେ ଯୁବତୀଙ୍କୁ ଗଣଦୁଷ୍କର୍ମ ହୋଇଥିବା ଅଭିଯୋଗ ହୋଇଥିଲା । ପୋଲିସ ଏହି ମାମଲାରେ କେସ ନଂ ୪୮ / ୨୦ ରୁଜୁ କରି ଘଟଣାର ତଦନ୍ତ କରିବା ସହ ଚାରି ଜଣ ଅଭିଯୁକ୍ତଙ୍କ ବିରୁଦ୍ଧରେ ଅଭିଯୋଗ ଫର୍ଦ୍ଦ ଦାଖଲ କରିଥିଲେ । ତେବେ କୋର୍ଟରେ ବିଚାର ସମୟରେ ଅଭିଯୋଗକାରିଣୀ ପୂର୍ବର ଅଭିଯୋଗ ଓ ମାଜିଷ୍ଟ୍ରେଟଙ୍କ ଆଗରେ ଦେଇଥିବା ବୟାନକୁ ଅସ୍ୱୀକାର କରିଥିଲେ । ଅନ୍ୟ ସାକ୍ଷୀ ମଧ୍ୟ ଭିନ୍ନ ଭିନ୍ନ ବୟାନ ରଖିଥିଲେ । ଏଣୁ ଏହି ମାମଲାର ବିଚାର କରି ଫାଷ୍ଟ ଟ୍ରାକ କୋର୍ଟ ବିଚାରପତି ଭାସ୍କର ଚନ୍ଦ୍ର ସାହୁ ଅଭିଯୁକ୍ତଙ୍କୁ ଖଲାସ କରିଥିଲେ । ଅପରପକ୍ଷରେ ଅଭିଯୋଗକାରିଣୀଙ୍କ ବିରୁଦ୍ଧରେ ଭାରତୀୟ ପିଙ୍ଗଳ କୋର୍ଡର ଧାରା ୧୯୩ ଅନୁଯାୟୀ ମାମଲା ରୁଜୁ ପାଇଁ ଆଦେଶ ଦେଇଛନ୍ତି ଓ ମାମଲାର ଶେଷ ନ ହେବା ପର୍ଯ୍ୟନ୍ତ ପୀଡିତା ଙ୍କୁ କ୍ଷତିପୂରଣ ନ ଦେବା ପାଇଁ ନିର୍ଦ୍ଦେଶ ଦେଇଥିବା ସ୍ୱତନ୍ତ୍ର ପିପି ବିଜୟ କୃଷ୍ଣ ପଟ୍ଟନାୟକ ସୂଚନା ପ୍ରଦାନ କରିଛନ୍ତି ।

Leave a Reply

Your email address will not be published. Required fields are marked *