ଖୋର୍ଦ୍ଧା ( ଆୱାଜ ମିଡ଼ିଆ ) – ଯୋଗେଶ୍ୱର ପଣ୍ଡା : ଖୋର୍ଦ୍ଧା ଜିଲ୍ଲା ବେଗୁନିଆ ବ୍ଲକ ଅନ୍ତର୍ଗତ କଣ୍ଟାବାଡ଼ ସରକାରୀ ନୀଳକଣ୍ଠ ଉଚ୍ଚ ବିଦ୍ୟାଳୟ ପରିସରରେ କ୍ଳଷ୍ଟର ସ୍ତରୀୟ ମୌଳିକ ସାକ୍ଷରତା ଓ ସଂଖ୍ୟା ଜ୍ଞାନ ତାଲିମ ଶିବିର ସମସ୍ତ ଶିକ୍ଷା ଅଭିଯାନ ପକ୍ଷରୁ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଏବିଇଓ ଦିଲ୍ଲୀପ କୁମାର ମହାପାତ୍ର,ସ୍ଥାନୀୟ ଉଚ୍ଚ ବିଦ୍ୟାଳୟର ପ୍ରଧାନଶିକ୍ଷୟିତ୍ରୀ ସାବିତ୍ରୀ ପଟ୍ଟନାୟକ,ସହକାରୀ ଶିକ୍ଷକ ବିଜୟ କୁମାର ମହାପାତ୍ର,ନାରାୟଣ ମାନସିଂହ ଓ କ୍ଳଷ୍ଟରର ସଂଯୋଜକ ରବୀନ୍ଦ୍ର ନାଥ ସାହୁ ପ୍ରମୁଖ ଉପସ୍ଥିତ ରହି ପ୍ରଦୀପ ପ୍ରଜ୍ଜ୍ୱଳନ ପରେ ତାଲିମ ଶିବିର ଆରମ୍ଭ ହୋଇଥିଲା । ସାଧନ କର୍ମୀ ଯୁଧିଷ୍ଠିର ହୋତା ଓ ହେମନ୍ତ କୁମାର ସାହୁ ତାଲିମଦାତା ଭାବେ ଯୋଗ ଦେଇ ପ୍ରଥମ ଶ୍ରେଣୀରୁ ତୃତୀୟ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରଛାତ୍ରୀ ମାନଙ୍କର ମୌଳିକ ସାକ୍ଷରତା ଓ ସଂଖ୍ୟା ଜ୍ଞାନ ଉପରେ ଗୁରୁତ୍ବ ଉପରେ ଉପସ୍ଥିତ ଶିକ୍ଷକ ଶିକ୍ଷୟିତ୍ରୀ ମାନଙ୍କୁ ତାଲିମ ଦେଇଥିଲେ ।
କ୍ଲଷ୍ଟର ସ୍ତରୀୟ ମୌଳିକ ସାକ୍ଷରତା ଓ ସଂଖ୍ୟା ଜ୍ଞାନ ତାଲିମ ଶିବିର !!!

