ଯାଜପୁର ( ଆୱାଜ ମିଡ଼ିଆ ) – ଜିଜ୍ଞାସୁ ସାହୁ : ରାଜ୍ୟରେ କରୋନା ସଂକ୍ରମଣ ବଢୁଥିବା ବେଳେ , ସଂକ୍ରମଣକୁ ନିୟନ୍ତ୍ରଣ କରିବା ପାଇଁ ସରକାର ଜାରି କରିଛନ୍ତି କଟକଣା . କୋଭିଡ ସ୍ଥିତି ନିୟନ୍ତ୍ରଣ ପାଇଁ ଯାଜପୁରରେ କଡାକଡି କଟକଣା କରାଯାଇଛି । ଜିଲ୍ଲାର ସମସ୍ତ ପର୍ଯ୍ୟଟନସ୍ଥଳୀରେ କଟକଣା ଲଗାଇଛନ୍ତି ଜିଲ୍ଲାପାଳ । ଆଜିଠାରୁ ଅର୍ଥାତ ୧୩ ତାରିଖରୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ଜିଲ୍ଲାର ସମସ୍ତ ପର୍ଯ୍ୟଟନ ସ୍ଥଳୀ, ପାର୍କ ଓ ମନ୍ଦିରକୁ ଶ୍ରଦ୍ଧାଳୁଙ୍କ ପାଇଁ ବନ୍ଦ ରଖିବାକୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି । ଜିଲ୍ଲାରେ କୋଭିଡ ଆକ୍ରାନ୍ତଙ୍କ ସଂଖ୍ୟା ୬ ଶହ ଟପିଥିବା ବେଳେ ପରିସ୍ଥିତିକୁ ନଜରରେ ରଖି ଜିଲ୍ଲାପାଳ ଚକ୍ରବର୍ତ୍ତୀ ସିଂ ରାଠୋର ଏପରି ନିର୍ଦ୍ଦେଶ ଦେଇଛନ୍ତି । ସେପଟେ ରାଜ୍ୟରେ ଆଜି ଆଉ ୬୭ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏ ନେଇ ଆଇଏଲଏସ ପକ୍ଷରୁ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗକୁ ସୂଚନା ଦିଆଯାଇଛି । ୨୬୩ ନମୂନାର ଜିନୋମ ସିକ୍ୱେନ୍ସିଂ ପାଇଁ ପଠାଯାଇଥିଲା, ସେଥି ମଧ୍ୟରୁ ୬୭ଟି ନମୂନାରେ ଓମିକ୍ରନ ଭୂତାଣୁ ଚିହ୍ନଟ ହୋଇଛନ୍ତି ।
ଯାଜପୁର ଜିଲ୍ଲାରେ କୋଭିଡ କଟକଣା କଡାକଡି !!!

