କନ୍ଧମାଳ ( ଆୱାଜ଼ ମିଡ଼ିଆ ) – ସଞ୍ଜୟ କୁମାର ପାଣିଗ୍ରାହୀ : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ଦଣ୍ଡପଦର ଠାରେ ଦୁଇ ବାଇକ୍ ମୁହାଁ ମୁହିଁ ଧକ୍କା ହେବା ଫଳରେ ଜଣେ ବ୍ୟକ୍ତି ଗୁରୁତର ଆହତ ହୋଇଛନ୍ତି । ଆହତ ହୋଇଥିବା ବ୍ୟକ୍ତିଙ୍କ ଘର ତୁମୁଡ଼ିବନ୍ଧ ବ୍ଲକ ସିର୍ଲା ପଞ୍ଚାୟତର ବେଡ଼କା ମଲିକ ବୋଲି ଜଣାପଡିଛି । ଖବର ପାଇ ଘଟଣା ସ୍ଥଳରେ ବାଲିଗୁଡ଼ା ପୋଲିସ ଓ ଅଗ୍ନିଶମ ବାହୀନି ପହଞ୍ଚି ଆହତ ହୋଇଥିବା ବ୍ୟକ୍ତିଙ୍କୁ ଉଦ୍ଧାର କରି ବାଲିଗୁଡ଼ା ଉପଖଣ୍ଡ ସ୍ୱାସ୍ଥ୍ୟ କେନ୍ଦ୍ରକୁ ଆଣିଥିଲେ । ସେଠାରେ ଡାକ୍ତର ପ୍ରାଥମିକ ଚିକିତ୍ସା କରିବା ପରେ ଅବସ୍ଥା ଗୁରୁତର ହେବାରୁ ଫୁଲବାଣୀ ମୁଖ୍ୟ ଚିକିତ୍ସାଳୟ କୁ ସ୍ଥାନାନ୍ତରିତ କରିଥିବା ଜଣା ପଡ଼ିଛି ।
ଦୁଇ ବାଇକ୍ ମୁହାଁ ମୁହିଁ ଧକ୍କା : ଜଣେ ଗୁରୁତର !!!

