ଓଡ଼ିଆ ବଜାରରେ ପାଳିତ ହେଲା ସୁଭାଷ ସ୍ମୃତି କାର୍ଯ୍ୟକ୍ରମ ।

0
185

କଟକ ସଦର ( ଆୱାଜ ମିଡ଼ିଆ ) – ଶ୍ରୀକାନ୍ତ ବେଉରା : ଭାରତ ମାତାର ବୀର ପୁତ୍ର ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ୧୨୫ତମ ଜୟନ୍ତୀ ଅବସରରେ ନେତାଜୀଙ୍କ ଅଦମ୍ୟ ସାହସ, ବୀରତ୍ୱ ଓ ଦେଶପ୍ରେମକୁ ମନେ ପକାଇଛି ଦେଶ । ସୁଭାଷଙ୍କ କାଳଜୟୀ ଉଦଘୋଷଣା ‘ ମତେ ରକ୍ତ ଦିଅ ମୁଁ ସ୍ଵାଧିନତା ଦେବି ’ ଆଜିବି କୋଟି କୋଟି ଭାରତୀୟଙ୍କ ପ୍ରାଣରେ ଜୀବିତ ହୋଇ ରହିଛି । ଜଣେ ମହାନ୍ ସ୍ୱାଧୀନତା ସଂଗ୍ରାମୀ ତଥା ଦେଶଭକ୍ତ ଓ ଜଣେ ଅବିସ୍ମରଣୀୟ ଯୋଦ୍ଧା ଭାବେ ନେତାଜୀ ଏ ଜାତିର ଚିର ନମସ୍ୟ । ନେତାଜୀ ସୁଭାଷ ଚନ୍ଦ୍ର ବୋଷ, ସେ ଥିଲେ ଓଡ଼ିଶା ଆଉ କଟକ ମାଟିର ପୁଅ । ଜୀବନର ପ୍ରଥମ ତଥା ଗୁରୁତ୍ୱପୂର୍ଣ୍ଣ ୧୬ ବର୍ଷ ବିତାଇଥିଲେ ଏହି କଟକର ମାଟି, ପାଣି, ପବନରେ । ୧୮୯୭, ଜାନୁଆରି ୨୩ରେ କଟକ ଓଡ଼ିଆବଜାରରେ ନେଇଥିଲେ ସେ ଜନ୍ମ । ନେତାଜୀ ସୁଭାଷଙ୍କ ଶୈଶବ ଓ କିଶୋର ଅବସ୍ଥାର ମୂକସାକ୍ଷୀ ରହିଛି ଏହି ସହର ।। ତାଙ୍କ ପିତାଙ୍କ ନାଁ ଥିଲା ଜାନକୀନାଥ ବୋଷ, ମା’ଙ୍କ ନାଁ ଥିଲା ପ୍ରଭାବତୀ ଦେବୀ । କଟକ ଓଡ଼ିଆ ବଜାରସ୍ଥିତ ଜାନକୀନାଥ ଭବନରେ ନେତାଜୀଙ୍କ ପିଲାବେଳ କଟିଥିଲା । ନେତାଜୀଙ୍କୁ ସମ୍ମାନ ଜଣାଇବା ଉଦ୍ଦେଶ୍ୟରେ ଦେଶ ତାଙ୍କ ଜୟନ୍ତୀ କୁ ପରାକ୍ରମ ଦିବସ ଭାବରେ ପାଳନ କରୁଛି ସମଗ୍ର ଜାତି । ଏହି ଅବସରରେ ତାଙ୍କ ବାସଭବନରେ ଜୟନ୍ତୀ ଉତ୍ସବ ପାଳିତ ହୋଇଯାଇଛି । ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ ଆୟୋଜିତ ହୋଇଥିବା କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇଥିଲେ । ଏହି ଅବସରରେ ଅନେକ ମାନ୍ୟଗଣ୍ୟ ବ୍ୟକ୍ତି ବାରବାଟୀ କଟକ ବିଧାୟକ ମହମ୍ମଦ ମୋକିମ, କଂଗ୍ରେସ ପ୍ରଭାରୀ ଚେଲ୍ଲା କୁମାର, କଂଗ୍ରେସ ନେତା ମାନସ ଚୌଧୁରୀ, ଜିଲ୍ଲା ପ୍ରଶାସନ ଓ ମହାନଗର ନିଗମ କର୍ମକର୍ତ୍ତା ମଧ୍ୟ ଉପସ୍ଥିତ ରହିଥିଲେ । କୋଭିଡ କଟକଣାକୁ ନଜରରେ ରଖି ସାଧାରଣ ଲୋକଙ୍କୁ କେବଳ ନେତାଜୀଙ୍କ ପ୍ରତିମୂର୍ତ୍ତି ପର୍ଯ୍ୟନ୍ତ ଅନୁମତି ଥିଲା, କିନ୍ତୁ ଗ୍ୟାଲେରୀ ମଧ୍ୟକୁ ପ୍ରବେଶ ବାରଣ କରାଯାଇଥିଲା ।

LEAVE A REPLY

Please enter your comment!
Please enter your name here