ବାଣପୁର ( ଆୱାଜ ମିଡ଼ିଆ ) – ରାକେଶ ସାହୁ : ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ପ୍ରାଣୀ ଚିକିତ୍ସାଳୟରେ ଆଜି ଅପରାହ୍ନରେ ଭୀଷଣ ଅଗ୍ନିକାଣ୍ଡ ଘଟିଛି । କାର୍ଯ୍ୟାଳୟ ପରିସରରେ କୌଣସି କାରଣରୁ ନିଆଁ ଲାଗି ହୁତୁ ହୁତୁ ହୋଇ ଜଳିବାରେ ଲାଗିଥିଲା । ଅଗ୍ନିକାଣ୍ଡ ସମୟରେ କାର୍ଯ୍ୟାଳୟ ଭିତରୁ କାଚ ଏବଂ ଅନ୍ୟାନ୍ୟ ଜିନିଷ ଫାଟୁ ଥୁବାର ଦେଖାଯାଇଛି । ଆଖପାଖ ଅଞ୍ଚଳର ଜନସାଧାରଣ ଭୟଭୀତ ଅବସ୍ଥାରେ ଥିବାବେଳେ ଅଞ୍ଚଳବାସି ଅଗ୍ନିଶମ ବିଭାଗକୁ ଖବର ଦେବା ପରେ ବର୍ତ୍ତମାନ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚିଥିବା ଜଣା ପଡିଛି । ତେବେ ପ୍ରାଥମିକ ତଦନ୍ତରୁ ସର୍ଟ ସର୍କିଟ କାରଣରୁ ଏହି ଅଗ୍ନିକାଣ୍ଡ ଘଟିଥିବା ଅନୁମାନ କରାଯାଉଛି । ସୌଭାଗ୍ୟବଶତଃ ଅଗ୍ନିକାଣ୍ଡ ସମୟରେ କୌଣସି କର୍ମଚାରୀ ଉପସ୍ଥିତ ନଥିଲେ ।
ବାଲୁଗାଁ ପ୍ରାଣୀ ଚିକିତ୍ସାଳୟରେ ଭୟାବହ ଅଗ୍ନିକାଣ୍ଡ !!!

