Site icon Awaj Media

ଥମିଲା ଦ୍ଵିତୀୟ ପର୍ଯ୍ୟାୟ ପାଇଁ ନିର୍ବାଚନୀ ପ୍ରଚାର : ମତଦାନ ପାଇଁ ପ୍ରସ୍ତୁତି ଆରମ୍ଭ କଲା ବାଣପୁର ବ୍ଲକ ପ୍ରଶାସନ !!!

Spread the love

ବାଣପୁର ( ଆୱାଜ ମିଡ଼ିଆ ) – ରାକେଶ ସାହୁ : ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ପ୍ରଥମ ପର୍ଯ୍ୟାୟ ପାଇଁ ମତଦାନ ଶେଷ ହୋଇଥିବା ସମୟରେ ଆସନ୍ତା ୧୮ତାରିଖରେ ଦ୍ଵିତୀୟ ପର୍ଯ୍ୟାୟ ପାଇଁ ମତଦାନ ହେବ । ଦ୍ଵିତୀୟ ପର୍ଯ୍ୟାୟ ପାଇଁ ଗତକାଲି ଠାରୁ ନିର୍ବାଚନୀ ପ୍ରଚାର ଶେଷ ହୋଇଛି । ଏହି ପ୍ରରିପ୍ରେକ୍ଷୀରେ ଖୋର୍ଦ୍ଧା ଜିଲ୍ଲା ବାଣପୁର ବ୍ଲକ ପ୍ରଶାସନ ଦ୍ଵିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ କରିଦେଇଛି । ୨୩୩ ବୁଥକୁ ବୁଥ ଅଫିସର ସମେତ ପୁଲିଙ୍ଗ ଅଫିସର ମାନଙ୍କୁ ପଠାଯାଇଛି । ଏହା ସହ କିଭଳି ଶୃଙ୍ଖଳିତ ଭାବେ ମତଦାନ ସଂପୂର୍ଣ୍ଣ ହେବ, ତାହା ଉପରେ ବାଣପୁର ବ୍ଲକ ପ୍ରଶାସନ ଗୁରୁତ୍ଵ ଦେଇଛି । ସମସ୍ତ ପୋଲିସ ପ୍ରଶାସନ ନିର୍ବାଚନ ଡିଉଟିରେ ଥିବା ସମସ୍ତ କର୍ମଚାରୀ ମାନେ ୧୮ ତାରିଖ ମତଦାନ ପାଇଁ ପ୍ରସ୍ତୁତ ହୋଇ ରହିଛନ୍ତି । ବାଣପୁର ବ୍ଲକରେ ତିନୋଟି ଜୋନରେ ନିର୍ବାଚନ ପାଇଁ ମତଦାନ କରିବେ ଲୋକେ । ବାଣପୁର ବ୍ଲକରେ ୨୩୩ ଟି ବୁଥରେ ୧ ଲକ୍ଷ ୩ ହଜାର ୮ ସହ ୧୩ ଜଣ ଭୋଟର ମତଦାନ କରିବେ । କୌଣସି ଆଇନ ଶୃଙ୍ଖଳା ପରିସ୍ଥିତି ସୃଷ୍ଟି ନହେବା ପାଇଁ ବ୍ୟାପକ ପୋଲିସ ଟିମକୁ ନିୟୋଜିତ କରିବା ସହିତ ପାଟ୍ରୋଲିଂର ସମ୍ପୂର୍ଣ୍ଣ ବ୍ୟବସ୍ଥା କରାଯାଇଛି ।

Exit mobile version