ଖୋର୍ଦ୍ଧା ( ଆୱାଜ ମିଡ଼ିଆ ) – ଯୋଗେଶ୍ୱର ପଣ୍ଡା : ଖୋର୍ଦ୍ଧା ଜିଲ୍ଲାପାଳ ଏବଂ ମାଜିଷ୍ଟ୍ରେଟଙ୍କ ନିର୍ଦ୍ଦେଶ କ୍ରମେ ବାଘମାରି ଥାନା ଅନ୍ତର୍ଗତ ପୋଡାଡିହ ଗ୍ରାମର ଜନୈକ ବ୍ୟକ୍ତିଙ୍କ ଠାରୁ ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ଚଢ଼ାଉ କରି ବ୍ରାଉନ ସୁଗାର ଜବତ ସହ ଅଭିଯୁକ୍ତକୁ ଗିରଫ କରାଯାଇଛି । ଅଭିଯୁକ୍ତ ଜଣକ ହେଲେ ପ୍ରଭାତ ସେଠୀ । ତାଙ୍କ ଠାରୁ ୫୨ ଗ୍ରାମ ବ୍ରାଉନ ସୁଗାର ଜବତ ହୋଇଛି , ଯାହାର ଆନୁମାନିକ ମୂଲ୍ୟ ୫ ଲକ୍ଷ ୨୦ହଜାର ଟଙ୍କା ହେବ ବୋଲି ଆକଳନ କରାଯାଇଛି ।
ଖୋର୍ଦ୍ଧା ଅବକାରୀ ବିଭାଗର ଚଢ଼ାଉ : ଲକ୍ଷାଧିକ ଟଙ୍କାର ବ୍ରାଉନ ସୁଗାର ଜବତ, ଅଭିଯୁକ୍ତ ଗିରଫ !!!

