ପାରଳାଖେମୁଣ୍ଡି ପୌରପାଳିକା ଏବଂ କାଶୀନଗର ବିଜ୍ଞାପିତ ଅଞ୍ଚଳ ପରିଷଦ ର ଚୂଡାନ୍ତ ଭୋଟର ତାଲିକା ପ୍ରକାଶ !!!

Spread the love

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ରାଜ୍ୟ ନିର୍ବାଚନ କମିଶନର ଙ୍କ ପକ୍ଷରୁ ପୌର ପାଳିକା ଏବଂ ବିଜ୍ଞାପିତ ଅଞ୍ଚଳ ପରିଷଦ ନିର୍ବାଚନ ନେଇ ବିଜ୍ଞପ୍ତି ପ୍ରକାଶ ପାଇଥିବା ବେଳେ ଗଜପତି ଜିଲ୍ଲାର ଚୂଡାନ୍ତ ଭୋଟର ତାଲିକା ପ୍ରକାଶ ପାଇଛି l ଗଜପତି ଜିଲ୍ଲାର ପାରଳାଖେମୁଣ୍ଡି ପୌରପାଳିକା ଏବଂ କାଶୀନଗର ବିଜ୍ଞାପିତ ଅଞ୍ଚଳ ପରିଷଦର ଚୂଡାନ୍ତ ଭୋଟର ତାଲିକା ପ୍ରକାଶ ପାଇଛି l ଗଜପତି ଜିଲ୍ଲାପାଳ ତଥା ନିର୍ବାଚନ ଅଧିକାରୀ ଲିଙ୍ଗରାଜ ପଣ୍ଡା, ପୌରପାଳିକାର ଚୂଡାନ୍ତ ଭୋଟର ତାଲିକା ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ସିଡି ଏବଂ ଭୋଟର ତାଲିକା ଉନ୍ମୋଚନ କରିଥିଲେ l ଏହି କାର୍ଯ୍ୟକ୍ରମରେ ଅନ୍ୟ ମାନଙ୍କ ମଧ୍ୟରେ ଅତିରିକ୍ତ ଜିଲ୍ଲାପାଳ ସଂଗ୍ରାମ ଶେଖର ପଣ୍ଡା, ଉପଜିଲ୍ଲାପାଳ ଦିଲ୍ଲୀପ କୁମାର ମହାରଣା, ପୌର ନିର୍ବାହୀ ଅଧିକାରୀ ଜ୍ଞାନରଞ୍ଜନ ମାଝୀ ଓ କାଶୀନଗର ନିର୍ବାହୀ ଅଧିକାରୀ ଏବଂ ସମସ୍ତ ରାଜନୈତିକ ଦଳର ପ୍ରମୁଖ ଉପସ୍ଥିତ ଥିଲେ l

Leave a Reply

Your email address will not be published. Required fields are marked *