ବାଣପୁରର ସମସ୍ତ ଅଞ୍ଚଳରେ ୧୪୪ ଧାରା : ବିଭିନ୍ନ ସ୍ଥାନରେ ପୋଲିସ ଛାଉଣୀ !!!

Spread the love

ବାଣପୁର ( ଆୱାଜ ମିଡ଼ିଆ ) – ରାକେଶ ସାହୁ : ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ବିଜେପି କର୍ମିଙ୍କ ଆକ୍ରମଣ ପରେ ବାଣପୁର ର ବିଭିନ୍ନ ଅଞ୍ଚଳରେ ୧୪୪ ଧାରା ଜାରୀ କରାଯାଇଛି । ଫଳରେ ବାଣପୁର ଅଞ୍ଚଳର ବିଭିନ୍ନ ସ୍ଥାନରେ ସଶସ୍ତ୍ର ପୋଲିସ ମୁତୟନ ହୋଇଛନ୍ତି । ପୋଲିସ ତରଫରୁ ମାଇକ ଦ୍ବାରା ଲୋକଙ୍କୁ ଏହି ଧାରା ସଂପର୍କରେ ସଚେତନ କରାଯାଇଛି । ଘଟଣା ସ୍ଥଳରେ ଏସପି ନିଜେ ପରିସ୍ଥିତିକୁ ନିରୀକ୍ଷଣ କରୁଛନ୍ତି । ସେହିପରି କେନ୍ଦ୍ରାଞ୍ଚଳ ଆଇଜି ନରସିଂହ ଭୋଳ ମଧ୍ୟ ଘଟଣା ସ୍ଥଳରେ ରହି ପରିସ୍ଥିତିକୁ ତଦାରଖ କରୁଛନ୍ତି । କୌଣସି ସ୍ଥାନରେ ଯେପରି ଗଣ୍ଡଗୋଳ ନ ହୁଏ ସେଥିପାଇଁ ପୋଲିସ ବଳକୁ ସଜାଗ ରଖାଯାଇଛି ।

Leave a Reply

Your email address will not be published. Required fields are marked *