କଣିହାଁ ( ଆୱାଜ ମିଡ଼ିଆ ) – ଅଶ୍ୱିନୀ କୁମାର ଦେବତା : ପାଲଲହଡ଼ା ଉପଖଣ୍ଡ ଖମାର ଥାନା ଅନ୍ତର୍ଗତ କଲଣ୍ଡା ଗ୍ରାମ ନିକଟ ଜାତୀୟ ରାଜପଥ ୧୪୯ ରେ ମୋଟର ସାଇକେଲ ଉପରେ ଟ୍ରକ୍ ଚଢ଼ି ଯିବାରୁ ଘଟଣା ସ୍ଥଳରେ ଦୁଇଜଣଙ୍କର ମୃତ୍ୟୁ ହୋଇଛି । ମୃତକ ହେଲେ ଖମାର ଗ୍ରାମର ସୁନୀଲ କୁମାର ସାହୁ ଏବଂ ଝିଅ ସଙ୍ଗୀତା ସାହୁ । ମୃତ ସୁନୀଲ କୁମାର ସାହୁ କଣିହାଁ ବ୍ଲକରେ ସହକାରୀ ବ୍ଲକ ଶିକ୍ଷାଧିକାରୀ ଭାବେ କାର୍ଯ୍ୟରତ ଥିବାବେଳେ ଝିଅ ସଙ୍ଗୀତା ସମନ୍ୱିତ ଶିଶୁ କଲ୍ୟାଣ ବିଭାଗ ଅଧୀନରେ ସୁପରଭାଇଜର ଭାବେ କାର୍ଯ୍ୟ କରୁଥିଲେ । ସକାଳୁ ସେମାନେ ନିଜ ଘରୁ କଣିହାଁ ଅଭିମୁଖେ ମୋଟର ସାଇକେଲ ( ଓଡି ୦୬ ଡି ୮୭୦୨) ଯୋଗେ ଯାଉଥିବା ବେଳେ ତାଳଚେର ପଟୁ ଆସୁଥିବା ସିଜି ୦୬ ଜିକ୍ୟୁ ୭୭୪୪ ନମ୍ବର ବିଶିଷ୍ଟ ଟ୍ରକ୍ଟି ଧକ୍କା ଦେଇ ତାଙ୍କ ଉପରେ ଚଢ଼ି ଯାଇଥିଲା । ଫଳରେ ଘଟଣା ସ୍ଥଳରେ ବାପ – ଝିଅଙ୍କ ମୃତ୍ୟୁ ହୋଇଥିଲା । ଅନ୍ୟପଟେ କ୍ଷତିପୂରଣ ଦାବିରେ ଉତ୍ତ୍ୟକ୍ତ ଲୋକଙ୍କ ଦ୍ୱାରା ଜାତୀୟ ରାଜପଥ ୧୪୯ କୁ ଅବରୋଧ କରାଯାଇଥିଲା । ଘଟଣାସ୍ଥଳରେ ଉତ୍ତେଜନା ଦେଖାଦେବା ସହ ପୋଲିସ ମୁତୟନ କରାଯାଇଥିଲା .
ଟ୍ରକ ଧକ୍କାରେ ବାପା ଓ ଝିଅ ମୃତ !!!

