ଆଇଏନଏସ ଚିଲିକା ପକ୍ଷରୁ ବାର୍ଷିକ ସାମ୍ବାଦିକ ବନ୍ଧୁମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ !!!

Spread the love

ଚିଲିକା ( ଆୱାଜ ମିଡ଼ିଆ ) – ରାକେଶ ସାହୁ : ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ନିକଟସ୍ଥ ଆଇଏନଏସ ଚିଲିକା ପକ୍ଷରୁ ଏକ ବାର୍ଷିକ ସାମ୍ବାଦିକ ବନ୍ଧୁମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ନାଭାଲ ଅଫିସର ଇନଚାର୍ଜ (ଓଡିଶା) ଓ ଆଇଏନଏସ ଚିଲିକା କମାଣ୍ଡିଂ ଅଫିସର କୋମୋଡର ଏନ.ପି ପ୍ରଦୀପ ଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଉକ୍ତ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଖୋର୍ଦ୍ଧା,ଟାଙ୍ଗୀ, ବାଣପୁର, ବାଲୁଗାଁ ଏବଂ ବ୍ରହ୍ମପୁର ଅଞ୍ଚଳର ୨୭ ଜଣ ସାମ୍ବାଦିକ ଯୋଗ ଦେଇଥିଲେ। ଆଇଏନଏସ ଚିଲିକା ପକ୍ଷରୁ ସମସ୍ତ ସାମ୍ବାଦିକ ମାନଙ୍କୁ ଷ୍ଟେସନ ପରିସରରେ ଭବ୍ୟ ସ୍ୱାଗତ କରାଯିବା ସହ ପରବର୍ତ୍ତୀ ସମୟରେ ନାଭାଲ ଅଧିକାରୀଙ୍କ ସଙ୍ଗେ ସାମ୍ବାଦିକ ମାନେ ମା’ କାଳିଜାଇ ମନ୍ଦିର ଦର୍ଶନକୁ ଯାଇଥିଲେ। ଏହା ପରେ ଆଇଏନଏସ ଚିଲିକାର ଅଫିସର୍ସ ମେସରେ ସାମ୍ବାଦିକମାନଙ୍କ ସହ ବାର୍ତ୍ତାଳାପ କରିଥିଲେ କମାଣ୍ଡିଂ ଅଫିସର କୋମୋଡର ଏନ.ପି ପ୍ରଦୀପ । ଏହି ଅବସରରେ ଦୀର୍ଘ ଏକ ବର୍ଷ ମଧ୍ୟରେ ଆଇଏନଏସ ଚିଲିକା ପକ୍ଷରୁ କରାଯାଇଥିବା ବିଭିନ୍ନ କାର୍ଯ୍ୟକ୍ରମର ବିବରଣୀ ଗଣମାଧ୍ୟମ ପ୍ରତିନିଧିମାନଙ୍କ ସମ୍ମୁଖରେ ଉପସ୍ଥାପନ କରାଯାଇଥିଲା। ତେବେ ଆଇଏନଏସ ଚିଲିକାର ଉକ୍ତ ସମସ୍ତ କାର୍ଯ୍ୟକ୍ରମକୁ ରାଜ୍ୟ ତଥା ଦେଶର ଜନସାଧାରଣଙ୍କ ନିକଟରେ ପହଞ୍ଚାଇଥିବାରୁ ବନ୍ଧୁ ମିଳନରେ ଯୋଗଦେଇଥିବା ସମସ୍ତ ଗଣମାଧ୍ୟମ ପ୍ରତିନିଧିମାନଙ୍କୁ ଆଇଏନଏସ ଚିଲିକା ପକ୍ଷରୁ କୃତଜ୍ଞତା ଜ୍ଞାପନ କରାଯାଇଥିଲା । ଏହା ସହିତ ସ୍ଥାନୀୟ ଗଣମାଧ୍ୟମର ଭୂୟାଁସୀ ପ୍ରଶଂସା କରିଥିଲେ କମାଣ୍ଡିଂ ଅଫିସର କୋମୋଡର ଏନ.ପି ପ୍ରଦୀପ। ଆଗକୁ ମଧ୍ୟ ଗଣମାଧ୍ୟମ ଓ ଆଇଏନଏସ ଚିଲିକାର ସମ୍ପର୍କ ଏହିପରି ଅତୁଟ ରହିବ ବୋଲି କହିଥିଲେ ଶ୍ରୀ ପ୍ରଦୀପ ।

ପରିଶେଷରେ ସମସ୍ତ ସାମ୍ବାଦିକମାନେ କମାଣ୍ଡିଂ ଅଫିସରଙ୍କ ସହିତ ମଧ୍ୟାହ୍ନ ଭୋଜନ କରିଥିଲେ। ଉକ୍ତ କାର୍ଯ୍ୟକ୍ରମକୁ କମାଣ୍ଡର ପରିଚୟ କାଲରା ପରିଚାଳନା କରିଥିବା ବେଳେ ସର୍ଜନ କ୍ୟାପଟେନ ଏକେ ନାୟକ, କ୍ୟାପଟେନ ସଞ୍ଜୟ ତ୍ରିପାଠୀ, ପି.ଆର.ଓ କମାଣ୍ଡର ରାଜେଶ, କମାଣ୍ଡର କିରନ, ଡେପୁଟି ପି.ଆର.ଓ ବିନୋଦ ଚନ୍ଦ୍ର ମିଶ୍ର, ଲିଉଟନାଣ୍ଟ କମାଣ୍ଡର ଅକ୍ଷୟ ସାହୁ, ଲିଉଟନାଣ୍ଟ ମେଘା,ଲିଉଟନାଣ୍ଟ ଅରୁଣା ଆଦି ଉପସ୍ଥିତ ଥିଲେ।

Leave a Reply

Your email address will not be published. Required fields are marked *