ସୁନ୍ଦରଗଡ ( ଆୱାଜ ମିଡ଼ିଆ ) – ବ୍ୟୁରୋ ରିପୋର୍ଟ : ସୁନ୍ଦରଗଡ ଜିଲ୍ଲା ଲେଫ୍ରିପଡା ଥାନା ଅନ୍ତର୍ଗତ ପଟୁଆଡ଼ିହିରେ ଘଟିଛି ଅଭାବନୀୟ ଘଟଣା . ପଟୁଆଡ଼ିହି ପଞ୍ଚାୟତ ହାଇସ୍କୁଲ ରେ ଛାତରୁ ଖସି ଦଶମ ଶ୍ରେଣୀ ଛାତ୍ରୀଙ୍କର ମୃତ୍ୟୁ ଘଟିଛି , ତେବେ ଘଟଣାରେ ଜିଲ୍ଲା ଶିକ୍ଷାଧିକାରୀ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି । ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶ୍ୟାମସୁନ୍ଦର ପଟେଲଙ୍କୁ ନିଲମ୍ବନ କରିଛନ୍ତି ଜିଲ୍ଲା ଶିକ୍ଷାଧିକାରୀ । ପ୍ରଧାନ ଶିକ୍ଷକ ଜଣକ ଛାତ୍ରୀଙ୍କୁ ଯୌନ ନିର୍ଯ୍ୟାତନା ଦେଉଥିବା ଅଭିଯୋଗ ମଧ୍ୟ ହୋଇଥିଲା । ମାନସିକ ଭାରସାମ୍ୟ ହରାଇ ଦଶମ ଶ୍ରେଣୀ ଛାତ୍ରୀ ଅପର୍ଣ୍ଣା ପାଣ୍ଡେ ଛାତରୁ ଡେଇଁ ଆତ୍ମହତ୍ୟା କରି ଥାଇପାରନ୍ତି ବୋଲି ଅନୁମାନ କରାଯାଉଛି ।
ପଟୁଆଡ଼ିହି ପଞ୍ଚାୟତ ହାଇସ୍କୁଲ ରେ ଛାତରୁ ଖସି ଦଶମ ଶ୍ରେଣୀ ଛାତ୍ରୀଙ୍କ ମୃତ୍ୟୁ !!!

