କାଲଟାକ୍ସ ଛକରେ ଆମ୍ବୁଲାନ୍ସ ଦୁର୍ଘଟଣା ଗ୍ରସ୍ତ !!!

Spread the love

ଅନୁଗୁଳ ( ଆୱାଜ ମିଡ଼ିଆ ) – ଟଙ୍କଧର ଗଡ଼ନାୟକ : ଅନୁଗୁଳ ସହର ଉପକଣ୍ଠ ତୁରଙ୍ଗ କାଲଟାକ୍ସ ଛକରେ ଏକ ଆମ୍ବୁଲାନ୍ସ ଦୁର୍ଘଟଣା ଗ୍ରସ୍ତ ହୋଇଥିବା ଜଣାଯାଇଛି । ଆମ୍ବୁଲାନ୍ସ କର୍ମଚାରୀଙ୍କ ଠାରୁ ମିଳିଥିବା ସୂଚନା ଅନୁସାରେ, ସୋମବାର ବିଳମ୍ବିତ ରାତିରେ ରୋଗୀଙ୍କୁ ନେଇ ଆମ୍ବୁଲାନ୍ସ ଟି ଜିଲ୍ଲା ଚିକିତ୍ସାଳୟ ଫେରୁଥିବା ବେଳେ ସାମ୍ନାରୁ ଦ୍ରୁତ ଗତିରେ ଆସୁଥିବା ଟ୍ରକ୍‌ ଟି ସାଇଡ ମାରିଥିଲା । ଏହି ସମୟରେ ଆମ୍ବୁଲାନ୍ସ ଭାରସାମ୍ୟ ହରାଇ କାନ୍ଥରେ ପିଟି ହୋଇ ଯାଇଥିଲା । ତେବେ ଦୁର୍ଘଟଣାରେ ଆମ୍ବୁଲାନ୍ସରେ ବସିଥିବା ରୋଗୀ କିମ୍ବା କର୍ମଚାରୀ ଙ୍କର କୌଣସି କ୍ଷୟକ୍ଷତି ହୋଇ ନଥିବା ସୂଚନା ମିଳିଛି । ଏ ନେଇ ଆମ୍ବୁଲାନ୍ସ କର୍ମଚାରୀ ଥାନାରେ ଲିଖିତ ଅଭିଯୋଗ କରିଥିବା ଜଣାଯାଇଛି ।

Leave a Reply

Your email address will not be published. Required fields are marked *