Site icon Awaj Media

ଅନୁଗୁଳ ଡ୍ରାଇଭର ମହାସଂଘ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ !!!

Spread the love

ଅନୁଗୁଳ ( ଆୱାଜ ମିଡ଼ିଆ ) – ଟଙ୍କଧର ଗଡ଼ନାୟକ : ୧୧ ଦଫା ଦାବି ନେଇ ଆଜି ଅନୁଗୁଳ ଡ୍ରାଇଭର ମହାସଂଘ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ମହାସଂଘ ତରଫରୁ ଏକ ବିଶାଳ ଶୋଭାଯାତ୍ରା ସ୍ଥାନୀୟ ଜଗନ୍ନାଥ ମନ୍ଦିରରୁ ବାହାରି ବଜାର ପରିକ୍ରମା କରି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ପହଞ୍ଚିଥିଲା । କାର୍ଯ୍ୟକ୍ରମ ଅବସରରେ ସଂଘ ପକ୍ଷରୁ କୁହାଯାଇଥିଲା ଯେ ଗତ ସେପ୍ଟେମ୍ବର ୧ ତାରିଖରେ ଡ୍ରାଇଭର ମାନଙ୍କର ବିଭିନ୍ନ ସମସ୍ୟା ନେଇ ପ୍ରତ୍ୟେକ ଜିଲ୍ଲାର ଜିଲ୍ଲାପାଳଙ୍କୁ ସ୍ମାରକ ପତ୍ର ପ୍ରଦାନ କରିବା ସହିତ ଅକ୍ଟୋବର ମାସ ୨୯ ତାରିଖରେ କାର୍ଯ୍ୟାନୁଷ୍ଠାନ ପାଇଁ ନିବେଦନ କରିଥିଲେ । ରାଜ୍ୟ ସରକାରଙ୍କ ମନ୍ତ୍ରୀ ମାନେ ମହାସଂଘ ସହିତ ଭୁବନେଶ୍ୱର ରେ ଡିସେମ୍ବର ୪ ରେ ଆଲୋଚନା କରିବା ସହିତ ପଞ୍ଚାୟତ ନିର୍ବାଚନ ପରେ ପଦକ୍ଷେପ ନିଆଯିବ ବୋଲି ପ୍ରତିଶ୍ରୁତି ଦେଇଥିଲେ । କିନ୍ତୁ ଆଜି ପର୍ଯ୍ୟନ୍ତ ଦାବି ପୂରଣ ହୋଇ ନଥିବାରୁ ବାଧ୍ୟ ହୋଇ ସେମାନେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଘେରାଉ କରିବା ସହିତ ଦାବିପତ୍ର ପ୍ରଦାନ କରିଥିବା କହିଛନ୍ତି ।

Exit mobile version