Site icon Awaj Media

ହନୁମାନ ଜୟନ୍ତୀ ଉପଲକ୍ଷେ ‘ଜୟ ଶ୍ରୀରାମ’ ଧ୍ୱନିରେ ପ୍ରକମ୍ପିତ ହେଲା ବାଣପୁର – ବାଲୁଗାଁ !!!

Spread the love

ଚିଲିକା ( ଆୱାଜ ମିଡ଼ିଆ ) – ରାକେଶ ସାହୁ : ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ – ବାଣପୁର ସହରରେ ବିଶାଳ ବାଇକ ରାଲି ଅନୁଷ୍ଠିତ ହୋଇଯାଇଛି । ହନୁମାନ ଜୟନ୍ତୀ ଉପଲକ୍ଷେ ବଜରଙ୍ଗ ଦଳ ପକ୍ଷରୁ ଉକ୍ତ ରାଲି ଅନୁଷ୍ଠିତ ହୋଇଥିଲା । ବଜରଙ୍ଗ ଦଳ ଚିଲିକା ପ୍ରଖଣ୍ଡର ଆହ୍ଵାନ କ୍ରମେ ଉକ୍ତ ଶୋଭାଯାତ୍ରାରେ ସାମିଲ ହୋଇଥିଲେ ହଜାର ହଜାର ରାମ ଭକ୍ତ । ଶୋଭାଯାତ୍ରାଟି ଅପରାହ୍ନରେ ବାଲୁଗାଁ ମାମୁଁ ଭଣଜା ପାହାଡ଼ ନିକଟରୁ ବାହାରି ସାରା ବାଲୁଗାଁ ସହର ପରିକ୍ରମା କରିଥିଲା ଏବଂ ଏହାପରେ ବାଣପୁର ସହର ପରିକ୍ରମା କରି ପରିଶେଷରେ ପଲଟନ ପଡିଆ ନିକଟରେ ସମାପ୍ତ ହୋଇଥିଲା । ଶୋଭାଯାତ୍ରା ସମୟରେ ଉଭୟ ସହର ‘ଜୟ ଶ୍ରୀରାମ’ ଏବଂ ‘ଭାରତ ମାତାକି ଜୟ’ ଆଦି ଧ୍ୱନିରେ ପ୍ରକମ୍ପିତ ହୋଇ ଉଠିଥିଲା ।

ତେବେ ପ୍ରଥମ ଥର ପାଇଁ ହନୁମାନ ଜୟନ୍ତୀରେ ଏପରି ଦୃଶ୍ୟ ଦେଖିଲେ ବାଣପୁର – ବାଲୁଗାଁ ବାସି । ବିରାଟକାୟ ହନୁମାନଙ୍କ ପତାକା ଧରି ରାମଭକ୍ତ ମାନେ ନାଚି ନାଚି ସହର ପରିକ୍ରମା କରିଥିଲେ । ଉଭୟ ବାଣପୁର ଏବଂ ବାଲୁଗାଁ ଅଞ୍ଚଳରେ ପୋଲିସର କଡ଼ା ସୁରକ୍ଷା ମଧ୍ୟରେ ଶୋଭାଯାତ୍ରା ଅନୁଷ୍ଠିତ ହୋଇଥିବା ବେଳେ, ଶୋଭାଯାତ୍ରା ରେ ଏତେ ସଂଖ୍ୟକ ରାମଭକ୍ତଙ୍କ ଯୋଗଦାନ ଫଳରେ ଉଭୟ ସହର ଟ୍ରାଫିକ ଏକରକମ ର ଠପ ହୋଇ ଯାଇଥିଲା । ଅନୁରୂପ ଭାବେ ଶୋଭାଯାତ୍ରା ଯେତେ ଆଗକୁ ଆଗକୁ ଅଗ୍ରସର ହେଉଥିଲା ସେତେ ଅଧିକ ପରିମାଣରେ ରାମ ଭକ୍ତ ମାନେ ଶୋଭାଯାତ୍ରାରେ ସାମିଲ ହେଉଥିବାର ଦେଖିବାକୁ ମିଳିଥିଲା । ଉକ୍ତ କାର୍ଯ୍ୟକ୍ରମକୁ ବଜରଙ୍ଗ ଦଳ ଚିଲିକା ପ୍ରଖଣ୍ଡ ସଂଯୋଜକ ରାଜେଶ ନାୟକ, ସହ-ସଂଯୋଜକ ଆକାଶ ନାୟକ, ଦେଵୀ ପ୍ରସାଦ ମହାନ୍ତି, ମହେଶ୍ୱର ପଣ୍ଡା, ଦ୍ଵିତୀ ରାଉତ, ଚନ୍ଦନ ନାୟକ, ହରେକୃଷ୍ଣ ନାୟକ ଏବଂ ଅନୁରାଗ ମହାନ୍ତି ଆଦି ପରିଚାଳନା କରିଥିଲେ ।

 

Exit mobile version