Site icon Awaj Media

ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ଦିବସ ରେ ୧୦୬ ଜଣ ହିତାଧିକାରୀଙ୍କୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନା କାର୍ଯ୍ୟାଦେଶ ବଣ୍ଟନ !!!

Spread the love

ନୟାଗଡ ( ଆୱାଜ ମିଡ଼ିଆ ) – କିଶୋର ମହାପାତ୍ର : ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ୱର୍ଗତ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ଦିବସ ଅବସରରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ ମଣ୍ଡପ ଠାରେ ଆୟୋଜିତ ଏକ ଉତ୍ସବ ରେ ୧୦୬ ଜଣ ହିତାଧିକାରୀଙ୍କୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନା କାର୍ଯ୍ୟାଦେଶ ବଣ୍ଟନ କରାଯାଇଛି । ନୟାଗଡ଼ ମ୍ୟୁନିସିପାଲଟି ଅଧ୍ୟକ୍ଷା ନିରୁପମା ଖଟେଇ ଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଉପାଧ୍ୟକ୍ଷ ଗୁରୁ ପ୍ରସାଦ ଜେନା ଓ ସମସ୍ତ କାଉନସିଲର ଯୋଗ ଦେଇଥିବା ବେଳେ ମୁଖ୍ୟ ଅତିଥି ଭାବେ ନୟାଗଡ଼ ବିଧାୟକ ତଥା ମନ୍ତ୍ରୀ ଡ. ଅରୁଣ କୁମାର ସାହୁ ଯୋଗଦେଇ ସମସ୍ତ ହିତାଧିକାରୀ ମାନଙ୍କୁ କାର୍ଯ୍ୟାଦେଶ ବଣ୍ଟନ କରିଥିଲେ । ନିର୍ବାହୀ ଅଧିକାରୀ ସ୍ୱାତୀ ମିଶ୍ର ଆବାସ ଯୋଜନା ବିବରଣୀ ପାଠ କରିଥିଲେ । ଏହି କାର୍ଯ୍ୟକ୍ରମ କୁ ଆବାସ ବିଶେଷଜ୍ଞ ନିଗମ ମହାପାତ୍ର , ଗଜେନ୍ଦ୍ର ମହାରଣା ଓ ଶିଶିର ମହାପାତ୍ର ପ୍ରମୁଖ ପରିଚାଳନା କରିଥିଲେ ।

 

Exit mobile version