ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ମହାନ ଜନନାୟକ, ପ୍ରବାଦ ପୁରୁଷ କଳିଙ୍ଗ ର ବରପୁତ୍ର ତଥା ଓଡ଼ିଶା ର ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ବିଜୁ ପଟ୍ଟନାୟକଙ୍କ 25 ତମ ତିରୋଧାନ ଦିବସ ପାଳନ କରାଯାଇଛି । ଏହି ଅବସରରେ ଗଜପତି ଜିଲ୍ଲା ବିଜୁ ଜନତା ଦଳ ପକ୍ଷରୁ ପାରଳାଖେମୁଣ୍ଡି ଉପକଣ୍ଠ ଓଡ଼ିଶା ଆନ୍ଧ୍ର ସୀମାନ୍ତ ରେ ପ୍ରବାହିତ ହେଉଥିବା ପୁଣ୍ୟତୋୟା ପବିତ୍ର ମହେନ୍ଦ୍ର ତନୟା ନଦୀ ଘାଟ ଠାରେ ସ୍ବର୍ଗତ ବିଜୁ ପଟ୍ଟନାୟକଙ୍କ ଉଦ୍ଦେଶ୍ୟରେ ସକାଳ ସମୟରେ ଦଳୀୟ ନେତା ଓ କର୍ମୀମାନେ ତିଳ ତର୍ପଣ ପୂଜାର୍ଚ୍ଚନା କାର୍ଯ୍ୟ ସମ୍ପର୍ଣ୍ଣ କରି ପୁଷ୍ପ ଅର୍ପଣ ପୂର୍ବକ ଗଭୀର ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ ଓ ପାରଳାଖେମୁଣ୍ଡି ମୁଖ୍ୟ ବଜାର ଛକ ଠାରେ ସଫେଇ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।ଏହି କାର୍ଯ୍ୟକ୍ରମ ରେ ବହୁ ଦଳୀୟ ନେତା ଓ କର୍ମୀ ମାନେ ଅଂଶ ଗ୍ରହଣ କରି ଝାଡୁ ଧରି ଅଳିଆ ସଫା କରିଥିଲେ।ପରିଶେଷରେ କଲେଜ ଛକ ନିକଟରେ ଥିବା ବିଜୁବାବୁଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟାର୍ପଣ କରି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ। ସନ୍ଧ୍ୟା 4 ଘଣ୍ଟା ସମୟରେ ଗଜପତି ଜିଲ୍ଲା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲା କାର୍ଯ୍ୟାଳୟ ଠାରେ ଶ୍ରୁତି ସଭା ଓ ହାଇ ସ୍କୁଲ ଛକ ନିକଟରେ ଥିବା ବିଜୁବାବୁଙ୍କ ପ୍ରତିମୂର୍ତ୍ତି ସମ୍ମୁଖରେ ଦୀପ ପ୍ରଜ୍ବଳନ କରାଯାଇଥିଲା ଏହି କାର୍ଯ୍ୟକ୍ରମରେ ବିଜେଡି ଜିଲ୍ଲା ସଭାପତି ପ୍ରଦୀପ ନାୟକ, ଏସ ଲିଙ୍ଗରାଜ, ଜିଲ୍ଲା ପରିଷଦ ଅଧ୍ୟକ୍ଷ ଜୀ ତିରୁପତି ରାଓ,ସୁଶ୍ରୀ କଲ୍ୟାଣି ଗଜପତି, ବସନ୍ତ ଦାସ ,ପାରଳା ପୌରପରିଷଦ ଅଧ୍ୟକ୍ଷା ନିର୍ମଳା ସେଠୀ, ପାରଳା ପୌର ପରିଷଦ ଉପାଧ୍ୟକ୍ଷ ଲେଙ୍କା ମଧୁ , ଯୁବ ନେତା ଇଂ ରୂପେଶ ପାଣିଗ୍ରାହୀ, ମାରୁତି ପାଳ ଙ୍କ ସମେତ ବହୁ ବିଜେଡି ନେତା, କର୍ମୀ, ସମିତି ସଭ୍ୟ, ଜିଲ୍ଲା ପରିଷଦ ସଭ୍ୟ ସଭ୍ୟା, ସରପଞ୍ଚ ପ୍ରମୁଖ ଉପସ୍ଥିତ ଥିଲେ ।
ମହାନ ଜନନାୟକ ତଥା ପ୍ରବାଦ ପୁରୁଷ ବିଜୁବାବୁଙ୍କ ୨୫ ତମ ଶ୍ରାଦ୍ଧ ଦିବସ ପାଳିତ !!!

