ପାରଳାଖେମୁଣ୍ଡି ୟୁନିୟନ ଗ୍ରାମ୍ୟ ଆତ୍ମନିଯୁକ୍ତି ପ୍ରଶିକ୍ଷଣ ଅନୁଷ୍ଠାନ ଦ୍ଵାରା କୁକୁଡା ପାଳନ ତାଲିମ କାର୍ଯ୍ୟକ୍ରମର ଉଦଘାଟନ !!!

Spread the love

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ଗଜପତି ଜିଲ୍ଲା ୟୁନିୟନ ଗ୍ରାମ୍ୟ ଆତ୍ମନିଯୁକ୍ତି ପ୍ରଶିକ୍ଷିଣ ଅନୁଷ୍ଠାନ ଦ୍ଵାରା କୁକୁଡା ପାଳନ ତାଲିମ କାର୍ଯ୍ୟକ୍ରମର ଉଦଘାଟନ ସଭା ଅନୁଷ୍ଠିତ ହୋଇଯାଇଛି । ଏହି ୧୦ ଦିନିଆ ତାଲିମ କାର୍ଯ୍ୟକ୍ରମରେ ନୂଆଗଡ ବ୍ଲକର ବିଭିନ୍ନ ଗ୍ରାମରୁ ମୋଟ ୩୦ ଜଣ ମହିଳା ଓ ପୁରୁଷ ତାଲିମ ନେବେ । ଉଦଘାଟନ ସଭାରେ ଉପ ଜିଲ୍ଲା ପଶୁଧନ ଅଧିକାରୀ ରମାକାନ୍ତ ରଣା ମୁଖ୍ୟ ଅତିଥି ଏବଂ ଜିଲ୍ଲା ଲିଡ ବ୍ୟାଙ୍କ ମ୍ୟାନେଜର କିଶୋର ଚନ୍ଦ୍ର ନାୟକ ସମ୍ମାନୀତ ଅତିଥି ରୂପେ ଯୋଗ ଦେଇଥିଲେ | ଅନୁଷ୍ଠାନର ନିର୍ଦ୍ଦେଶକ ଅଚ୍ୟୁତାନନ୍ଦ ବ୍ରହ୍ମା ସଭାପତିତ୍ଵ କରିଥିଲେ । ସମସ୍ତ ଅତିଥି ଏବଂ ଅନୁଷ୍ଠାନର ନିର୍ଦ୍ଦେଶକ ପ୍ରତିଭାଗୀ ମାନଙ୍କୁ ଭାଷଣ ମାଧ୍ୟମରେ ବିଭିନ୍ନ ଉଦାହରଣ ଦେଇ ମନଯୋଗ ସହକାରେ ତାଲିମ ପ୍ରାପ୍ତ ହୋଇ ଭବିଷ୍ୟତରେ ଉତ୍ତରୋତ୍ତର ଉନ୍ନତି କରିବାକୁ ପରାମର୍ଶ ଦେଇଥିଲେ । ଶେଷରେ ଅନୁଷ୍ଠାନର ପ୍ରାଧ୍ୟାପକ ଶ୍ରୀ ଦିଲ୍ଲୀପ କୁମାର ତନ୍ତି ଧନ୍ୟବାଦ ଅର୍ପଣ କରିଥିଲେ ।

Leave a Reply

Your email address will not be published. Required fields are marked *