୨୫ ଟି ରୂପାନ୍ତରିତ ଉଚ୍ଚ ବିଦ୍ୟାଳୟର ୮୪ ଜଣ ଶିକ୍ଷକ / ଶିକ୍ଷୟିତ୍ରୀଙ୍କୁ ନେତୃତ୍ୱ ବିକାଶ ଓ ଡିଜିଟାଲ କୌଶଳ ଭିତ୍ତିକ ତାଲିମ !!!

0
174

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ସରକାରଙ୍କ 5 T ଅନ୍ତର୍ଗତ ଗଜପତି ଜିଲ୍ଲାର ତିନୋଟି ବ୍ଳକର ୨୫ଟି ରୂପାନ୍ତରିତ ଉଚ୍ଚ ବିଦ୍ୟାଳୟର ୮୪ ଜଣ ଶିକ୍ଷକ / ଶିକ୍ଷୟିତ୍ରୀଙ୍କୁ ନେତୃତ୍ୱ ବିକାଶ ଓ ଡିଜିଟାଲ କୌଶଳ ଭିତ୍ତିକ ତାଲିମ ପ୍ରଦାନ . ଆଜି ଠାରୁ ଆରମ୍ଭ ହୋଇଥିବା ଏହି କାର୍ଯ୍ୟକ୍ରମ ଆସନ୍ତା ୨୫ ଏପ୍ରିଲ ପର୍ଯ୍ୟନ୍ତ ୫ ଦିନ ଧରି ସ୍ଥାନୀୟ ମହାରାଜାଙ୍କ ବାଳକ ଉଚ୍ଚ ବିଦ୍ୟାଳୟ ପରିସରରେ ଓସେପା ଆନୁକୂଲ୍ୟରେ ଚାଲୁରହିବ । ଆଜିର ପ୍ରାରମ୍ଭିକ ପର୍ଯ୍ୟାୟରେ ଜିଲ୍ଲା ଶିକ୍ଷାଧିକାରୀ ପ୍ରଦୋଷ କୁମାର ନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ପ୍ରଦୀପ ପ୍ରଜ୍ୱଳନ କରି ଉଦଘାଟନ କରି ବିଦ୍ୟାଳୟ ଗୁଡିକ ରେ ସ୍ମାର୍ଟ କ୍ଲାସ ରୁମ , ବିଜ୍ଞାନଗାର ଓ ଇ -ପାଠାଗାର ର ସୁବିନିଯୋଗ ଉପରେ ଗୁରୁତ୍ୱ ଆରୋପ କରିଥିଲେ l

କାର୍ଯ୍ୟକ୍ରମ ଅବସରରେ ଜିଲ୍ଲା ବିଜ୍ଞାନ ନିରୀକ୍ଷକ ସାତ୍ମିକ କୁମାର ପଟନାୟକ ସ୍ୱାଗତ ଭାଷଣ ଦେବା ସଙ୍ଗେ ପାରମ୍ପରିକ ପଦ୍ଧତି ରେ ଓ ଇଲେକ୍ଟ୍ରୋନିକ ଏବଂ ଡିଜିଟାଲ ପଦ୍ଧତି ରେ ମିଳିତ ଭାବେ ଶିକ୍ଷାଦାନ ଦ୍ୱାରା ଶିକ୍ଷା ଦାନ ପ୍ରକ୍ରିୟା ସରଳ କରିବା ଏହି ପ୍ରଶିକ୍ଷଣ ର ମୁଖ୍ୟ ଉଦ୍ଦେଶ୍ୟ ବୋଲି କହିଥିଲେ l ଅନ୍ୟ ମାନଙ୍କ ମଧ୍ୟରେ ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ମନୋଜ ରଞ୍ଜନ ଦଳାଇ , ପ୍ରଶାନ୍ତ କୁମାର ପ୍ରଧାନ, ଦେବଦାସ ତମରପୁ , ପି. ଶିବ କୁମାର , ଇ ପ୍ରୋଗ୍ରାମ ମ୍ୟାନେଜେର ରିଙ୍କୁ ଗୌଡ଼ ଓ ଏଲ. ଦିଲୀପ କୁମାର , ୟ. ଧର୍ମା ରାଓ ଏବଂ ଲିଙ୍ଗରାଜ ପାଢ଼ୀ ପ୍ରଶିକ୍ଷକ ଭାବେ ନିୟୋଜିତ ହୋଇ ପ୍ରଶିକ୍ଷଣ କାର୍ଯ୍ୟ ଚାଲୁ ରଖିଛନ୍ତି . ବିଦ୍ୟାଳୟ ର ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ମିନାକ୍ଷୀ ପାଢ଼ୀ , ଇସାନଚାନ୍ଦ ଓଁକାର, ସନ୍ତୋଷ କୁମାର ଆଚରି , ପୂର୍ଣ୍ଣଚନ୍ଦ୍ର ପ୍ରଧାନ ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ l ଏହି ତାଲିମ ଜିଲ୍ଲାର ସମସ୍ତ ଉଚ୍ଚ ବିଦ୍ୟାଳୟର ସବୁ ଶିକ୍ଷକ / ଶିକ୍ଷୟିତ୍ରୀ ମାନଙ୍କ ପାଇଁ ସମ୍ପ୍ରସାରିତ ହେବାର ଯୋଜନା ଥିବା କାର୍ଯ୍ୟାଳୟ ସୂତ୍ରରୁ ପ୍ରକାଶ କରାଯାଇଅଛି ।

LEAVE A REPLY

Please enter your comment!
Please enter your name here