Site icon Awaj Media

ବାଣପୁର ଓ ବାଲୁଗାଁ ଥାନା ଅଞ୍ଚଳରେ ଅବକାରୀ ଚଢ଼ାଉ : ୨ ଗିରଫ !!!

Spread the love

ବାଣପୁର ( ଆୱାଜ ମିଡ଼ିଆ ) – ରାକେଶ ସାହୁ : ଖୋର୍ଦ୍ଧା ଜିଲ୍ଲା ଅବକାରୀ ଅଧିକ୍ଷକ ଯଶକେତନ ବହିରାଙ୍କ ନିର୍ଦ୍ଦେଶ କ୍ରମେ ବୁଧବାର ମଧ୍ୟାହ୍ନରେ ବାଲୁଗାଁ ଅବକାରୀ ଅଧିକାରୀ ରଞ୍ଜନ ଦାସଙ୍କ ନେତୃତ୍ୱ ରେ ବାଣପୁର ଓ ବାଲୁଗାଁ ଥାନା ଅଞ୍ଚଳରେ ଚଢ଼ାଉ କରାଯାଇଥିଲା । ଚଢ଼ାଉରେ ପଥରା ଏବଂ ହରିକୁଣ୍ଡ ବରଡି ଗ୍ରାମର ଦୁଇ ମଦ ବେପାରୀ ଗିରଫ ହୋଇଛନ୍ତି । ସେମାନଙ୍କ ନିକଟରୁ ସମୁଦାୟ ୧୦ ଲିଟର ଦେଶି ମଦ ଜବତ ହୋଇଛି । ଗିରଫ ଅଭିଯୁକ୍ତଙ୍କ ବିରୋଧରେ ୨ ଗୋଟି ମାମଲା ରୁଜୁ କରାଯାଇ କୋର୍ଟ ଚାଲାଣ କରାଯାଇଥିବାର ଖବର ମିଳିଛି ।

Exit mobile version