ନୂଆଗାଁ ରେ ବ୍ଲକ୍ ସ୍ତରୀୟ ସ୍ୱାସ୍ଥ୍ୟ ମେଳା ଅନୁଷ୍ଠିତ !!!

Spread the love

ନୂଆଗାଁ ( ଆୱାଜ ମିଡ଼ିଆ ) – ସଞ୍ଜୀବ କୁମାର ଡାକୁଆ : ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକ୍ ନୂଆଗାଁ ପ୍ରାଥମିକ ବିଦ୍ୟାଳୟ ପଡ଼ିଆରେ ବ୍ଲକ୍ ସ୍ତରୀୟ ସ୍ୱାସ୍ଥ୍ୟ ମେଳା ଅନୁଷ୍ଠିତ ହୋଇଯାଇଛି । ଅତିରିକ୍ତ ଜିଲ୍ଲା ସ୍ୱାସ୍ଥ୍ୟ ଅଧିକାରୀ ତାରକ ପ୍ରସନ୍ନ ପଣ୍ଡା ଙ୍କ ସଭାପତିତ୍ୱ ରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଦଶପଲ୍ଲା ବିଧାୟକ ତଥା ନୟାଗଡ ଜିଲ୍ଲା ବିଜେଡ଼ି ସଭାପତି ରମେଶ ଚନ୍ଦ୍ର ବେହେରା ଯୋଗଦେଇ ସ୍ୱାସ୍ଥ୍ୟ ହିଁ ସମ୍ପଦ ଏବଂ ଓଡ଼ିଶାରେ ସ୍ୱାସ୍ଥ୍ୟ ସେବା ଯୋଗାଇ ଦେବା ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ ଙ୍କ ଯୋଜନା ସମ୍ପର୍କରେ ବର୍ଣ୍ଣନା କରିଥିଲେ । ସମ୍ମାନୀତ ଅତିଥି ଭାବେ ନୂଆଗାଁ ବ୍ଲକ୍ ଅଧ୍ୟକ୍ଷା ଲକ୍ଷ୍ମୀପ୍ରିୟା ବେହେରା, ବିଡ଼ିଓ ପ୍ରମୋଦ କୁମାର ନାୟକ, ନୂଆଗାଁ ପଞ୍ଚାୟତ ସରପଞ୍ଚ ଅମିତା ପରିଡ଼ା, ସମିତି ସଭ୍ୟା ଶ୍ରଦ୍ଧାଞ୍ଜଳି ସାସମଲ୍ , ୧୭ ନଂ ଜୋନ୍ ଜିଲ୍ଲା ପରିଷଦ ସଭ୍ୟା ପ୍ରତିମା ଦଳବେହେରା, ସାଂସଦ ଙ୍କ ପ୍ରତିନିଧି ବିଜୟ କୁମାର ସାସମଲ୍ , ମହିପୁର ସିଏଚସି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀ ଡ. ଦେବୀ ପ୍ରସାଦ ପ୍ରଧାନ ପ୍ରମୁଖ ଯୋଗ ଦେଇଥିଲେ । ଏହି ସ୍ୱାସ୍ଥ୍ୟ ମେଳା ରେ ବିଭିନ୍ନ ବିଭାଗର ବହୁ ବରିଷ୍ଠ ଡାକ୍ତର ଯୋଗଦେଇ , ରୋଗୀ ସେବା କରିଥିଲେ । ରକ୍ତଦାନ ଶିବିର ଅନୁଷ୍ଠିତ ହେବା ସହିତ ପାଲା ମାଧ୍ୟମରେ ସ୍ୱାସ୍ଥ୍ୟ ସଚେତନତା କରାଯାଇଥିଲା ।

Leave a Reply

Your email address will not be published. Required fields are marked *