ଚିଲିକା ( ଆୱାଜ ମିଡ଼ିଆ ) – ରାକେଶ ସାହୁ : ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ଆଜି ବାଣପୁର ସବଜେଲ ରୁ ମୁକୁଳିଛନ୍ତି । ବିଧାୟକଙ୍କୁ ମାନ୍ୟବର ଉଚ୍ଚ ନ୍ୟାୟାଳୟ ୭ ଦିନ ପାଇଁ ଅନ୍ତରୀଣ ଜାମିନ ପ୍ରଦାନ ପରେ ସେ ଆଜି ସାମୟିକ ଭାବେ ଜେଲରୁ ମୁକୁଳିଛନ୍ତି । ସ୍ୱାସ୍ଥ୍ୟଗତ ଚିକିତ୍ସା ନିମନ୍ତେ ସାତ ଦିନ ପାଇଁ ବିଧାୟକଙ୍କୁ ଉଚ୍ଚ ନ୍ୟାୟାଳୟ ଅନ୍ତରୀଣ ଜାମିନ ଦେଇଛନ୍ତି । ଆଜି ମଧ୍ୟାହ୍ନରେ ବିଧାୟକ ଜେଲରୁ ବାହାରିବା ପରେ ସିଧା ସଳଖ ମା’ ଭଗବତୀଙ୍କ ଦର୍ଶନ ଲାଗି ଯାଇଥିଲେ । ଏହି ସମୟରେ ବିଧାୟକଙ୍କୁ ତାଙ୍କର ବହୁ ସମର୍ଥକ ସ୍ୱାଗତ କରିଥିଲେ । ଅନ୍ତରୀଣ ଜାମିନ ଅବଧି ସରିବା ପରେ ଆସନ୍ତା ମଇ ୪ ତାରିଖ ଦିନ ସକାଳ ୭ ଘଟିକାରେ ବିଧାୟକ ଆତ୍ମ ସମର୍ପଣ କରିବେ ବୋଲି କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ଏହା ସହିତ ବିଧାୟକଙ୍କ ପାଇଁ କୋର୍ଟ ଏକାଧିକ ସର୍ତ୍ତାବଳୀ ମଧ୍ୟ ରଖିଥିବା ଜଣାପଡିଛି ।
ଜେଲରୁ ମୁକୁଳିଲେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ !!!

