ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ଗଜପତି ଜିଲ୍ଲା ସଦର ମହକୁମା ଠାରେ ଥିବା ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷ – ୨ରେ ଯୁଗ୍ନ ଅଭିଯୋଗ ଶୁଣାଣି ପ୍ରକୋଷ୍ଠ ଅନୁଷ୍ଠିତ ହୋଇଯାଇଛି l ଏଥିରେ ଅତିରିକ୍ତ ଜିଲ୍ଲାପାଳ ତଥା ଭାରପ୍ରାପ୍ତ ଜିଲ୍ଲାପାଳ ସଂଗ୍ରାମ ଶେଖର ପଣ୍ଡା ଯୋଗଦେଇ ଜିଲ୍ଲାର ବିଭିନ୍ନ ପଞ୍ଚାୟତରୁ ଆସିଥିବା ମୋଟ ୨୯ ଗୋଟି ଅଭିଯୋଗ ଶୁଣିଥିଲେ l ଏଥି ମଧ୍ୟରୁ ୨ଟି ସାମୁହିକ ସମସ୍ୟା ଥିବା ବେଳେ ୨୭ ଗୋଟି ବ୍ୟକ୍ତିଗତ ଅଭିଯୋଗ ରହିଥିଲା l ବିଶେଷ କରି ଆବାସ ଯୋଜନା, ଭତ୍ତା, ଘରଡ଼ିହ ପଟ୍ଟା ପ୍ରଦାନ, ରାସନକାର୍ଡ, ବିଜୁ ସ୍ୱାସ୍ଥ୍ୟ ବୀମା କାର୍ଡ ସଂକ୍ରାନ୍ତ ସମେତ ବିଭିନ୍ନ ଅଭିଯୋଗ ଉପସ୍ଥାପିତ ହୋଇଥିବା ବେଳେ ସମସ୍ତ ସମସ୍ୟାର ତୁରନ୍ତ ଫଇସଲା ପାଇଁ ବିଭାଗୀୟ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି l ଏହି ଅଭିଯୋଗ ଶୁଣାଣି ପ୍ରକୋଷ୍ଠରେ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଜୟରାମ ଶତପଥୀ, ଉପ-ଜିଲ୍ଲାପାଳ ଦିଲ୍ଲୀପ କୁମାର ମହାରଣା, ପିଡି ଡିଆରଡିଏ ମହେଶ୍ୱର ଚନ୍ଦ୍ର ନାଏକ, ପିଏ ଆଇଟି ଡିଏ ଫାଲଗୁନି ମାଝୀ, ପାରଳାଖେମୁଣ୍ଡି ତହସିଲଦାର ଅଚ୍ୟୁତାନନ୍ଦ ଜାନି ଏବଂ ଜିଲ୍ଲାର ବିଭିନ୍ନ ବିଭାଗର ଜିଲ୍ଲାସ୍ତରୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ l ଶେଷରେ ଜିଲ୍ଲା ଜରୁରୀ କାଳୀନ ଅଧିକାରୀ ପ୍ରଭାସ କୁମାର ବେହୁରା ଧନ୍ୟବାଦ ଅର୍ପଣ କରିଥିଲେ l
ଯୁଗ୍ମ ଅଭିଯୋଗ ଶୁଣାଣି ପ୍ରକୋଷ୍ଠ ଅନୁଷ୍ଠିତ !!!

