ଝିଅ ବାହାଘର ପୂର୍ବରୁ ଉଠିଲା ବାପାର କୋକେଇ !!!

0
206

ଅନୁଗୁଳ ( ଆୱାଜ ମିଡ଼ିଆ ) – ଟଙ୍କଧର ଗଡ଼ନାୟକ : ଝିଅ ବାହାଘର ପୂର୍ବରୁ ଉଠିଲା ବାପାର କୋକେଇ । ଏଭଳି ଏକ ହୃଦୟ ବିଦାରକ ଘଟଣା ଘଟିଛି ହଣ୍ଡପା ଥାନା ଅନ୍ତର୍ଗତ ପର୍ଶୁମାଳ ଗାଁ ରେ । ଏଠାକାର ସୁରଥ ବେହେରା ନାମକ ବ୍ୟକ୍ତିଙ୍କ ମୃତଦେହ ଟ୍ରେନ ଲାଇନ କଡ଼ରୁ ମିଳିଛି । ସୂଚନାନୁଯାୟୀ ଆଜି ସକାଳୁ ନିକଟସ୍ଥ ଟ୍ରେନ ଲାଇନ କଡ଼ରୁ ଗାଁ ର ସୁରଥ ବେହେରାଙ୍କ ମୃତଦେହ ମିଳିଥିଲା । ଖବର ପାଇ ଗାଁ ଲୋକ ପହଞ୍ଚି ମୃତଦେହ ଚିହ୍ନଟ କରିବା ସହ ପୋଲିସକୁ ଖବର ଦେଇଥିଲେ । ପୋଲିସ ପହଞ୍ଚି ଶବକୁ ବ୍ୟବଚ୍ଛେଦ ପାଇଁ ପଠାଇବା ସହ ତଦନ୍ତ ଆରମ୍ଭ କରିଛି । ଅନ୍ୟପଟେ ମାନସିକ ଦୁଶ୍ଚିନ୍ତାରୁ ସେ ଆତ୍ମହତ୍ୟା କରିଥିବା ସ୍ଥାନୀୟ ଲୋକେ ସନ୍ଦେହ କରୁଛନ୍ତି । ତେବେ ସବୁଠୁ ଦୁଃଖର ବିଷୟ ହେଉଛି ଆଜି ସୁରଥଙ୍କ ଝିଅର ବାହାଘର ଥିଲା । ମାତ୍ର ବାହାଘର କିଛି ଘଣ୍ଟା ପୂର୍ବରୁ ଝିଅର ବାପାଙ୍କ ମୃତ୍ୟୁ ଘଟିଥିବାରୁ ସ୍ଥାନୀୟ ଅଞ୍ଚଳ କାନ୍ଦ ବୋବାଳିରେ ଫାଟି ପଡୁଛି ।

LEAVE A REPLY

Please enter your comment!
Please enter your name here