ଚିଲିକା ଡଙ୍ଗା ବୁଡି ଘଟଣା : ନିଖୋଜ ଥିବା ବ୍ୟକ୍ତିଙ୍କର ମୃତଦେହ ଠାବ !!!

Spread the love

ଚିଲିକା ( ଆୱାଜ ମିଡ଼ିଆ ) – ରାକେଶ ସାହୁ : ଗତକାଲି ଅପରାହ୍ନରେ ଚିଲିକାରେ ଡ଼ଙ୍ଗାବୁଡି ଘଟଣାରେ ୧୧ ଯାତ୍ରୀ ଉଦ୍ଧାର ହୋଇଥିବା ବେଳେ ଜଣେ ବ୍ୟକ୍ତି ନିଖୋଜ ଥିଲେ । ନିଖୋଜ ବ୍ୟକ୍ତିଙ୍କର ମୃତଦେହ ଉଦ୍ଧାର ହୋଇଥିବାର ଜଣାଯାଇଛି . ମୃତ ବ୍ୟକ୍ତି ଜଣକ ବାଲୁଗାଁ ନିକଟବର୍ତ୍ତୀ କୋଦପୁର ଗ୍ରାମର ରାଜକିଶୋର ଖୁଣ୍ଟିଆ , ଯିଏ କି ମା’ କାଳିଜାଇ ପୀଠରେ ଅବସ୍ଥିତ ଥିବା ଏକ ଦୋକନରେ ସହକାରୀ କର୍ମଚାରୀ ଥିବା ଜଣାପଡିଛି . ତେବେ ଗତକାଲି ରାତି ତମାମ ସ୍ଥାନୀୟ ବୋଟ ଆସୋସିଏସନର କର୍ମକର୍ତ୍ତା, ଅଗ୍ନିଶମ ବାହିନୀ ଏବଂ ଓଟିଡ଼ିସି କର୍ମଚାରୀ ମାନେ ଚିଲିକା ଭିତରେ ନିଖୋଜ ବ୍ୟକ୍ତିଙ୍କୁ ଖୋଜିବା ଜାରି ରଖିଥିଲେ ଏବଂ ବିଫଳ ହୋଇଥିଲେ . ଆଜି ସକାଳୁ ଆଇଏନଏସ ଚିଲିକା ସର୍ଚ୍ଚ ଅପେରସନ ଆରମ୍ଭ କରି ମୃତଦେହ ଠାବ କରିବାରେ ସଫଳ ହୋଇଥିଲେ .

Leave a Reply

Your email address will not be published. Required fields are marked *