ଆଶାୟୀ ସ୍ୱତନ୍ତ୍ର ଶିକ୍ଷକ ସଂଘ ଫେଡ଼େରେସନ ଫର୍ ଦିବ୍ୟାଙ୍ଗ ର ରାଜ୍ୟ ସ୍ତରୀୟ ବୈଠକ !!!

Spread the love

ଭୁବନେଶ୍ୱର ( ଆୱାଜ ମିଡ଼ିଆ ) – ବ୍ୟୁରୋ ରିପୋର୍ଟ : ଦିବ୍ୟାଙ୍ଗ ଙ୍କ ଶିକ୍ଷା ପାଇଁ ଚେଷ୍ଟିତ ଓଡ଼ିଶା ସ୍ପେସିଆଲ୍ ଏଜୁକେଟର ଫେଡ଼େରେସନ ଫର୍ ଦିବ୍ୟାଙ୍ଗ ସଂଘ ର ରାଜ୍ୟ ସ୍ତରୀୟ ବୈଠକ ଆଜି ଭୁବନେଶ୍ୱର ର ଆଚ଼ାର୍ଯ୍ୟବିହାର ଛକ ସ୍ଥିତ ମା’ ଭୁବନେଶ୍ଵରୀ ମନ୍ଦିର ପ୍ରାଙ୍ଗଣରେ ରାଜ୍ୟ ସଭାପତି ସୂର୍ଯ୍ୟକାନ୍ତ ବେହେରା ଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ସଭାରେ ସମ୍ପାଦକ ଜୀବନ କୁମାର ବେହେରା, ଯୁଗ୍ମ ସଂପାଦକ ଆୟୁଷ୍ମାନ ଚ଼ୌଧୁରୀ, କୋଷାଧ୍ୟକ୍ଷ ରୌପ୍ୟରଞ୍ଜନ ସାମନ୍ତରାୟ, ସହ-କୋଷାଧ୍ୟକ୍ଷ ରାକେଶ ସାହୁ ପ୍ରମୁଖ ଯୋଗଦେଇ ଦିବ୍ୟାଙ୍ଗ ମାନଙ୍କ ଶିକ୍ଷାର ବିକାଶ ନିମନ୍ତେ ଓଡ଼ିଶାର ପ୍ରତ୍ୟେକ ସାଧାରଣ ବିଦ୍ୟାଳୟ ରେ ସ୍ୱତନ୍ତ୍ର ଶିକ୍ଷକ ନିମନ୍ତେ ସରକାର ଦୃଷ୍ଟି ଦେବା ପାଇଁ ସଂଘ ତରଫରୁ ଅନୁରୋଧ କରାଯାଇଥିଲା . ପ୍ରତ୍ୟେକ ସାଧାରଣ ବିଦ୍ୟାଳୟରେ ସ୍ୱତନ୍ତ୍ର ଶିକ୍ଷକ ନିଯୁକ୍ତି କରାଗଲେ ଦିବ୍ୟାଙ୍ଗ ମାନେ ଭଲ ଭାବରେ ଶିକ୍ଷା ଗ୍ରହଣ କରିବା ସହ ସମାଜର ମୁଖ୍ୟ ସ୍ରୋତ ରେ ସାମିଲ ହୋଇ ପାରନ୍ତେ ବୋଲି ମତ ପ୍ରକାଶ କରିଥିଲେ । ସଂଘ କୁ ତୃଣମୂଳ ସ୍ତରରେ ଆହୁରି ମଜବୁତ କରିବାକୁ ସମସ୍ତ ଆଶାୟୀ ସ୍ୱତନ୍ତ୍ର ଶିକ୍ଷକ ଓ ଶିକ୍ଷୟତ୍ରୀ ମାନଙ୍କୁ ପରାମର୍ଶ ଦେଇଥିଲେ । ଏହି ସଭାରେ ସମସ୍ତ ଜିଲ୍ଲା ର ନେତୃ ମଣ୍ଡଳୀ ଓ ୧୦୦ ରୁ ଅଧିକ ଆଶାୟୀ ସ୍ୱତନ୍ତ୍ର ଶିକ୍ଷକ ଓ ଶିକ୍ଷୟତ୍ରୀ ଯୋଗ ଦେଇଥିଲେ ।

Leave a Reply

Your email address will not be published. Required fields are marked *