ଯାଜପୁର ( ଆୱାଜ ମିଡ଼ିଆ ) – ଜିଜ୍ଞାସୁ ସାହୁ : ଦିବ୍ୟାଙ୍ଗ ଙ୍କ ଶିକ୍ଷା ପାଇଁ ଚେଷ୍ଟିତ ଓଡ଼ିଶା ସ୍ପେସିଆଲ୍ ଏଜୁକେଟର ଫେଡ଼େରେସନ ଫର୍ ଦିବ୍ୟାଙ୍ଗ ଯାଜପୁର ଜିଲ୍ଲା ସଂଘ ର କର୍ମକର୍ତ୍ତା ଗଣ ସୁପ୍ରିମକୋର୍ଟ ଙ୍କ ନିର୍ଦ୍ଦେଶ କ୍ରମେ ଓଡ଼ିଶାର ପ୍ରତ୍ୟେକ ସାଧାରଣ ବିଦ୍ୟାଳୟ ରେ ସ୍ୱତନ୍ତ୍ର ଶିକ୍ଷକ ନିଯୁକ୍ତି ନିମନ୍ତେ ଆଜି ଯାଜପୁର ବିଧାୟକ ପ୍ରଣବ ପ୍ରକାଶ ଦାସ ଙ୍କୁ ସାକ୍ଷାତ କରି ତାଙ୍କ ଜରିଆରେ ଓଡ଼ିଶାର ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ମହୋଦୟ ଙ୍କୁ ଅନୁରୋଧ ପତ୍ର ପ୍ରଦାନ କରିଛନ୍ତି । ଏହି କାର୍ଯ୍ୟକ୍ରମରେ ଅଭୟ ଭଦ୍ର, ଶୁଭାଶିଷ ସାମଲ, କୈଳାସ ଚ଼ନ୍ଦ୍ର ମହାପାତ୍ର ଉପସ୍ଥିତ ଥିଲେ ।
ଦିବ୍ୟାଙ୍ଗ ଙ୍କ ଶିକ୍ଷା ପାଇଁ ସ୍ୱତନ୍ତ୍ର ଶିକ୍ଷକ ନିଯୁକ୍ତି କରାଯାଉ !!!

