ଚିଲିକା ( ଆୱାଜ ମିଡ଼ିଆ ) – ରାକେଶ ସାହୁ : ଶୁକ୍ରବାର ଦିନ ଚିଲିକା ନିର୍ବାଚନ ମଣ୍ଡଳୀରେ ଚାରି ଘଣ୍ଟା ପାଇଁ ବିଦ୍ୟୁତ ସରବରାହ ସମ୍ପୂର୍ଣ୍ଣ ବନ୍ଦ ରହିବ । ଏନେଇ ଟି.ପି.ସି.ଓ.ଡି.ଏଲ ବାଲୁଗାଁ ଉପଖଣ୍ଡ ଅଧିକାରୀ ଟୁକୁନା ଦଳେଇ ସୂଚନା ଦେଇଛନ୍ତି । ୧୩୨ / ୩୩ କେଭି ନାଭାଲ ଗ୍ରୀଡ଼ର ରକ୍ଷଣାବେକ୍ଷଣ କାର୍ଯ୍ୟ ନିମନ୍ତେ ଆସନ୍ତା କାଲି ସକାଳ ୮ ଘଟିକାରୁ ମଧ୍ୟାହ୍ନ ୧୨ ଘଟିକା ଯାଏଁ ବାଣପୁର, ବାଲୁଗାଁ ଏବଂ ଚିଲିକା ଅଞ୍ଚଳରେ ବିଦ୍ୟୁତ ସରବରାହ ବନ୍ଦ ରହିବ । ଅନୁରୂପ ଭାବେ ଟାଙ୍ଗୀ ବ୍ଲକର କିଛି ଅଞ୍ଚଳରେ ମଧ୍ୟ ବିଦ୍ୟୁତ ସରବରାହ ବନ୍ଦ ରହିବ । ନାଭାଲ ଗ୍ରୀଡ଼ ଅଧୀନରେ ଆସୁଥିବା ସମସ୍ତ ବିଦ୍ୟୁତ ଉପଭୋକ୍ତା ମାନଙ୍କୁ ଏହି ପରିପ୍ରେକ୍ଷୀରେ ସହଯୋଗ କରିବାକୁ ଶ୍ରୀ ଦଳେଇ ନିବେଦନ କରିଛନ୍ତି । ଅପରପକ୍ଷେ ଚିଲିକା ଅଞ୍ଚଳରେ ବାରମ୍ବାର ଅଘୋଷିତ ବିଦ୍ୟୁତ କାଟ୍ ର ଅଭିଯୋଗ ହେଉଥିବା ବେଳେ ଏହାକୁ ନେଇ ବିଜୁଳି ଉପଭୋକ୍ତା ମାନଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଉଛି । ଗ୍ରୀଷ୍ମ ପ୍ରବାହ ସମୟରେ ବିଦ୍ୟୁତ କାଟ ନ କରିବାକୁ ସାଧାରଣରେ ଦାବି ହେଉଛି ।