Site icon Awaj Media

ଅନୁଗୁଳ ଜିଲ୍ଲା ଗସ୍ତରେ କେନ୍ଦ୍ର ଶିକ୍ଷା , ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ !!!

Spread the love

ଅନୁଗୁଳ ( ଆୱାଜ ମିଡ଼ିଆ ) – ଟଙ୍କଧର ଗଡ଼ନାୟକ : ଅନୁଗୁଳ ଜିଲ୍ଲା ଗସ୍ତରେ କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଶନିବାର ଦିନ ମନ୍ତ୍ରୀ କଣିହାଁ ସମେତ ବିଭିନ୍ନ ଅଞ୍ଚଳ ବୁଲି ଲୋକଙ୍କୁ ଭେଟିବା ସହ ସମସ୍ୟା ଓ ଉନ୍ନୟନମୂଳକ କାର୍ଯ୍ୟ ସମ୍ପର୍କରେ ଆଲୋଚନା କରିଥିଲେ । କେନ୍ଦ୍ରମନ୍ତ୍ରୀ ପ୍ରଥମେ କଣିହାଁରେ ଲୋକଙ୍କ ସହ ବିଭିନ୍ନ ସମସ୍ୟା ବିଷୟରେ ଆଲୋଚନା କରିଥିଲେ । ତା’ ପରେ କଣିହାଁ ବାଇପାସ୍ ଛକ ସ୍ଥିତ ତାଳଚେର ପ୍ରଜାମଣ୍ଡଳ ସହିଦ ସ୍ମୃତି ସ୍ତମ୍ଭକୁ ଯାଇ ପ୍ରଜାମଣ୍ଡଳ ଆନ୍ଦୋଳନରେ ସହିଦ ହୋଇଥିବା ବୀର ସଂଗ୍ରାମୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ । ଏହାପରେ କଣିହାଁ ସ୍ଥିତ ଉତ୍କଳମଣି ଗୋପବନ୍ଧୁ ଭବନ ଠାରେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, ତାଳଚେର ପ୍ରଜାମଣ୍ଡଳ ଆନ୍ଦୋଳନର ପୁରୋଧା ସ୍ୱର୍ଗତ ପବିତ୍ର ମୋହନ ପ୍ରଧାନଙ୍କ ପ୍ରତିମୂର୍ତ୍ତିରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ । ନାଲମଠାରେ ଶ୍ରୀ ନୃସିଂହ ଦେବଙ୍କ ପବିତ୍ର ଜନ୍ମୋତ୍ସବ ଅବସରରେ ଆୟୋଜିତ ଯଜ୍ଞ ପୂର୍ଣ୍ଣାହୁତି ପୂଜାରେ ସପରିବାର ସାମିଲ ହୋଇଥିଲେ କେନ୍ଦ୍ର ମନ୍ତ୍ରୀ । ଏ ଅବସରରେ ସେ ତାଳପଦା ଶିବ ମନ୍ଦିରରେ ବାବା ଶିଂଘେଶ୍ୱର ଏବଂ ଦୁର୍ଗାପୁରରେ ମାଆ ଦୁର୍ଗାଙ୍କ ମନ୍ଦିରରେ ଦର୍ଶନ କରିଥିଲେ । କାର୍ଯ୍ୟକ୍ରମରେ କେନ୍ଦ୍ରମନ୍ତ୍ରୀଙ୍କ ସହ ବିଜେପି ରାଜ୍ୟ ସମ୍ପାଦକ କାଳନ୍ଦୀ ସାମଲ, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଅଶୋକ ମହାନ୍ତି, ପ୍ରତାପ ଚନ୍ଦ୍ର ପ୍ରଧାନ, ଅଗସ୍ତି ବେହେରା, ଜିଲ୍ଲା ସଭାପତି ଦିଲେଶ୍ଵର ପ୍ରଧାନ, ଜିଲ୍ଲା ସାଧାରଣ ସମ୍ପାଦକ ସୁଦିପ ଗଡ଼ନାୟକ, ବରିଷ୍ଠ ନେତା ଯଯାତି ପଟ୍ଟନାୟକ, ଜିଲ୍ଲା ମିଡ଼ିଆ ସେଲ ଅଧ୍ୟକ୍ଷ ପର୍ଶୁରାମ ବାରିକ, ଜିଲ୍ଲା ସମ୍ପାଦକ ପ୍ରଶାନ୍ତ ନନ୍ଦ ପ୍ରମୁଖ ଉପସ୍ଥିତ ଥିଲେ ।

Exit mobile version