ଟାଙ୍ଗୀରେ ପୋଖରୀରେ ବୁଡି ବୃଦ୍ଧଙ୍କ ମୃତ୍ୟୁ !!!

Spread the love

ଟାଙ୍ଗୀ ( ଆୱାଜ ମିଡ଼ିଆ ) – ରାକେଶ ସାହୁ : ଖୋର୍ଦ୍ଧା ଜିଲ୍ଲା ଟାଙ୍ଗୀ ଅଞ୍ଚଳରେ ପୋଖରୀରେ ବୁଡି ଜଣେ ବୃଦ୍ଧଙ୍କର ମୃତ୍ୟୁ ହୋଇଥିବା ଖବର ମିଳିଛି । ସୂଚନା ଅନୁଯାୟୀ, ଟାଙ୍ଗୀ ଥାନା ଅନ୍ତର୍ଗତ ପାଟଣା ସାହିର ମାଗୁଣୀ ବେହେରା ନାମକ ଜଣେ ୬୫ ବର୍ଷୀୟ ବୟସ୍କ ବ୍ୟକ୍ତି ପୋଖରୀକୁ ଶୌଚ ହେବା ପାଇଁ ଯାଇଥିଲେ । କିନ୍ତୁ ସେଠାରେ କୌଣସି କାରଣ ବଶତ ଗୋଡ଼ ଖସିଯିବାରୁ ପାଣିରେ ବୁଡ଼ି ତାଙ୍କର ମୃତ୍ୟୁ ହୋଇଥିଲା । ଟାଙ୍ଗୀ ପୋଲିସ ଖବର ପାଇ ମୃତଦେହକୁ ଜବତ କରିବା ସହ ତଦନ୍ତ ଜାରି ରଖିଥିବା ଖବର ହସ୍ତଗତ ହୋଇଛି ।

Leave a Reply

Your email address will not be published. Required fields are marked *