ବାଣପୁର ( ଆୱାଜ ମିଡ଼ିଆ ) – ରାକେଶ ସାହୁ : ଖୋର୍ଦ୍ଧା ଜିଲ୍ଲା ନଈରୀ ଗ୍ରାମରେ ଘଟି ଯାଇଛି ଏକ ଅଭାବନୀୟ ଘଟଣା । ବଜ୍ରାଘାତରେ ଜଣେ ମତ୍ସ୍ୟଜୀବୀଙ୍କ ମୃତ୍ୟୁ ହୋଇଛି । ମୃତକଙ୍କ ନାମ ନାରାୟଣ ବେହେରା (୫୮) । ଘର ବାଣପୁର ଥାନା ନାଚୁଣୀ ଫାଣ୍ଡି ଅନ୍ତର୍ଗତ ନଈରୀ ଗ୍ରାମରେ । ନାରାୟଣ ବେହେରା ନିଜ ଘର ବାହାରେ ବସିଥିଵା ବେଳେ ବଜ୍ରାଘାତ ହୋଇଥିଲା । ଫଳରେ ଘଟଣା ସ୍ଥଳରେ ସେ ଗୁରୁତର ହୋଇ ପଡିଥିଲେ । ସଙ୍ଗେ ସଙ୍ଗେ ସ୍ଥାନୀୟ ଲୋକେ ତାଙ୍କୁ ଟାଙ୍ଗୀ ମେଡିକାଲରେ ଭର୍ତ୍ତି କରିଥିଲେ । କିନ୍ତୁ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ ।
ବଜ୍ରାଘାତ ରେ ମତ୍ସ୍ୟଜୀବୀ ଙ୍କ ମୃତ୍ୟ !!!

