ବାଲୁଗାଁ ( ଆୱାଜ ମିଡ଼ିଆ ) – ରାକେଶ ସାହୁ : ଖୋର୍ଦ୍ଧା ଜିଲ୍ଲା ବାଣପୁର-ବାଲୁଗାଁ ରେଳ ଓଭରବ୍ରିଜ ଉପରେ ଏକ କାର ଓ ବାଇକ ମୁହାଁମୁହିଁ ଧକ୍କା ହୋଇଛନ୍ତି । ଯାହା ଫଳରେ ୨ ଜଣ ଗୁରୁତର ହୋଇଛନ୍ତି । ଗୁରୁତରଙ୍କୁ ପ୍ରଥମେ ବାଲୁଗାଁ ମେଡ଼ିକାଲରେ ଭର୍ତ୍ତି କରାଯାଇଛି । ସୂଚନା ମୁତାବକ ଆଜି ରାତ୍ର ୮ ଘଟିକା ସମୟରେ ବାଣପୁର ଆଡୁ ବାଲୁଗାଁ ଯାଉଥିବା ଏକ ହୁଣ୍ଡାଇ କାର ରେଳ ଓଭରବ୍ରିଜ ଉପରେ ବିପରୀତ ଦିଗରୁ ଆସୁଥିବା ଏକ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଥିଲା । ଫଳରେ ବାଇକରେ ଥିବା ୨ ଯୁବକ ବାଲୁଗାଁ ନିକଟସ୍ଥ କୋଦପୂର ଗ୍ରାମର ମାଧବ ରଣା (୪୩) ସଞ୍ଜୀବ ରଣା (୨୮) ଗୁରୁତର ଭାବେ ଆହତ ହୋଇଛନ୍ତି । ସଙ୍ଗେ ସଙ୍ଗେ ସ୍ଥାନୀୟ ଲୋକେ ସେମାନଙ୍କୁ ଉଦ୍ଧାର କରି ବାଲୁଗାଁ ମେଡ଼ିକାଲରେ ଭର୍ତ୍ତି କରିଥିବା ବେଳେ ସେଠାରେ ତାଙ୍କ ଦୁଇଜଣଙ୍କ ଅବସ୍ଥା ସଙ୍କଟାପନ୍ନ ହେବାରୁ ଭୁବନେଶ୍ଵର ସ୍ଥାନାନ୍ତର କରାଯାଇଛି । ବାଇକ ଟି ସଂପୂର୍ଣ୍ଣ ଭାବେ ଭାଙ୍ଗିରୁଜି ଯାଇଛି । ଖବର ପାଇ ବାଲୁଗାଁ ପୋଲିସ ଦୁର୍ଘଟଣାସ୍ଥଳରେ ପହଞ୍ଚି କାର ଡ୍ରାଇଭରକୁ ଅଟକ ରଖି ତଦନ୍ତ ଜାରି ରଖିଛି ।
ବାଣପୁର – ବାଲୁଗାଁ ରେଳ ଓଭରବ୍ରିଜ ଉପରେ କାର – ବାଇକ ମୁହାଁମୁହିଁ : ଦୁଇ ଗୁରୁତର !!!

