Site icon Awaj Media

ବାଣପୁର କୋର୍ଟରେ ଆତ୍ମ ସମର୍ପଣ ପରେ ଜେଲ ଗଲେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ !!!

Spread the love

ବାଣପୁର ( ଆୱାଜ ମିଡ଼ିଆ ) – ରାକେଶ ସାହୁ : ଖୋର୍ଦ୍ଧା ଜିଲ୍ଲା ବାଣପୁର ଜେଏମଏଫସି କୋର୍ଟରେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ଆତ୍ମ ସମର୍ପଣ କରିବା ପରେ ଜାମିନ ଖାରଜ ହେବାରୁ ପୁଣି ଯିବାକୁ ପଡିଛି ଜେଲ କୁ । ନିକଟରେ ବିଧାୟକଙ୍କ ନିୟମିତ ଜାମିନ ଆବେଦନକୁ ଉଚ୍ଚ ନ୍ୟାୟାଳୟ ଖାରଜ କରି ଦେଇଥିବା ବେଳେ ଆଜି ବାଣପୁର ତଳ କୋର୍ଟରେ ଅନ୍ତରୀଣ ଜାମିନରେ ଥିବା ବିଧାୟକଙ୍କୁ ଆତ୍ମସମର୍ପଣ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ । ଏହି ପରିପ୍ରେକ୍ଷୀରେ ଆଜି ଅପରାହ୍ନ ପାଖାପାଖି ୨ ଘଟିକା ସମୟରେ ବିଧାୟକ ବାଣପୁର ଜେଏମଏଫସି କୋର୍ଟରେ ଆତ୍ମସମର୍ପଣ କରିଥିଲେ । ସମସ୍ତ ନ୍ୟାୟିକ ପ୍ରକ୍ରିୟା ଶେଷ ହେବା ପରେ ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ପୁଣି ବାଣପୁର ସବ ଜେଲ କୁ ପଠାଯାଇଛି । ତେବେ ଆଇନ ଶୃଙ୍ଖଳା ପରିସ୍ଥିତି ଉପୁଜିବା ଆଶଙ୍କାରେ ବାଣପୁର କୋର୍ଟ ଚାରି ପାଖେ ବ୍ୟାପକ ପୋଲିସ ଫୋର୍ସ ମୁତୟନ କରାଯାଇଥିଲା ।

Exit mobile version