ଜନ ଅଭିଯୋଗ ଶୁଣାଣି ଏବଂ ଗ୍ରାମ୍ୟମୁଖି ପ୍ରଶାସନ ଶିବିର !!!

Spread the love

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ଗଜପତି ଜିଲ୍ଲା ଗୋଶାଣି ବ୍ଳକର ଶୋବରା ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ଜନ ଅଭିଯୋଗ ଶୁଣାଣି ଏବଂ ଗ୍ରାମମୁଖି ପ୍ରଶାସନ ଶିବିର ଅଜି ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମ ରେ ଗଜପତି ଜିଲ୍ଲାପାଳ ଲିଙ୍ଗରାଜ ପଣ୍ଡା , ଗଜପତି ଜିଲ୍ଲା ଆରକ୍ଷୀ ଅଧୀକ୍ଷକ ଜୟରାମ ଶତପଥୀ, ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ପ୍ରକଳ୍ପ ନିର୍ଦ୍ଦେଶକ ମହେଶ୍ୱର ଚନ୍ଦ୍ର ନାଏକ, ସି ଡି ଏମ୍ ଓ ପ୍ରଦୀପ କୁମାର ପାତ୍ର, ଆଦିବାସୀ ଉନ୍ନୟନ ପ୍ରକଳ୍ପ ପ୍ରଶାସକ ଫାଲଗୁନି ମାଝୀ, ଗୋଷ୍ଠୀ ଉନ୍ନୟନ ଅଧିକାରୀ ନୀଳ ମାଧବ ମାଝୀଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ, ବ୍ଳକ ସ୍ତରୀୟ ଅଧିକାରୀ , ବ୍ଳକର କର୍ମଚାରୀ , ସରପଞ୍ଚ , ସମିତି ସଭ୍ୟ ପ୍ରମୁଖ ଉପସ୍ଥିତ ଥିଲେ । ଆଜିର ଏହି ଅଭିଯୋଗ ଶୁଣାଣିରେ 105 ଗୋଟି ଅଭିଯୋଗ ଆସିଥିବା ବେଳେ ବ୍ୟକ୍ତିଗତ 70 ଗୋଟି, ସାମୁହିକ 35 ଗୋଟି ଓ ତୁରନ୍ତ ସମାଧାନ 3 ଗୋଟି ,ଆଉ 102 ଗୋଟିର ସମାଧାନ ସକାଶେ ଜିଲ୍ଲାପାଳ ବିଭାଗୀୟ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।

Leave a Reply

Your email address will not be published. Required fields are marked *