ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ଗଜପତି ଜିଲ୍ଲା ମୋହନା ବ୍ଳକର ଗୁଣ୍ଡିମା ଠାରେ ଥିବା ଆଦର୍ଶ ବିଦ୍ୟାଳୟରେ ନୂତନ ଭାବେ ନାମ ଲେଖା ଯାଇଥିବା ଷଷ୍ଠ ଶ୍ରେଣୀର 73 ଜଣ ନୂତନ ଛାତ୍ର ଛାତ୍ରୀ ଙ୍କୁ ସ୍ୱାଗତ କରାଯାଇଛି । ଏହି କାର୍ଯ୍ୟକ୍ରମ ଆରମ୍ଭ ରେ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ପ୍ରିୟଙ୍କା ଛଟେଇ ଦୀପ ପ୍ରଜ୍ବଳନ କରି ଛାତ୍ରଛାତ୍ରୀଙ୍କୁ ସ୍ୱାଗତ କରିଥିଲେ । ପରେ ବିଦ୍ୟାଳୟର ଛାତ୍ର ଛାତ୍ରୀ ମାନଙ୍କ ଦ୍ବାରା ଚନ୍ଦନ ଲଗାଇ ପୁଷ୍ପଗୁଚ୍ଛ ଦେଇ ସ୍ଵାଗତ କରାଯିବା ସହ ସଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଏହି କାର୍ଯ୍ୟକ୍ରମରେ ଷଷ୍ଠ ଶ୍ରେଣୀର ଛାତ୍ର ଛାତ୍ରୀ ମାନେ ଭିନ୍ନ ଭିନ୍ନ ଚିତ୍ର ଅଙ୍କନ କରି ମନ ମୋହିଥିଲେ । ଏହି କାର୍ଯ୍ୟକ୍ରମ ରେ ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ଉପସ୍ଥିତ ଥିଲେ ।
ଆଦର୍ଶ ବିଦ୍ୟାଳୟରେ ନବାଗତ ବିଦ୍ୟାର୍ଥୀଙ୍କୁ ସ୍ୱାଗତ !!!

