ଅନୁଗୁଳ ( ଆୱାଜ ମିଡ଼ିଆ ) – ଟଙ୍କଧର ଗଡ଼ନାୟକ : ଅନୁଗୁଳ ଜିଲ୍ଲା ୫୫ ନଂ ଜାତୀୟ ରାଜପଥ ମରାତିରା ଗଣ୍ଡିମୁଣ୍ଡା ନିକଟରେ ବିଳମ୍ବିତ ରାତିରେ ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ଦୁଇଜଣ ମହିଳାଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଦୁଇ ଜଣ ଗୁରୁତର ଆହତ ହୋଇଥବା ଜଣା ପଡିଛି । ସୂଚନା ଅନୁସାରେ ଏକ ଅଟୋରେ ମହିଧରପୁର ରୁ ୪ ଜଣ ଯାତ୍ରୀ ଦୁର୍ଗାପୁର ଆସୁଥିବା ସମୟରେ ଅଟୋକୁ ଏକ ପିଆଜ ବୋଝେଇ ଟ୍ରକ ଧକ୍କା ଦେଇଥିଲା । ଫଳରେ ଘଟଣା ସ୍ଥଳରେ ୨ ମହିଳା ଯାତ୍ରୀଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଦୁଇ ଜଣ ଯାତ୍ରୀ ଓ ଚାଳକ ଆହତ ହୋଇଥିଲେ । ଖବର ପାଇ ପୁଲିସ ଘଟଣା ସ୍ଥଳରେ ପହଞ୍ଚି ମୃତାହତ ମାନଙ୍କୁ ଉଦ୍ଧାର କରି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇଥିଲା । ମୃତ ମହିଳା ଦ୍ୱୟ ହେଲେ ଦୁର୍ଗାପୁର ଗାଁ ର କାନ୍ତି ସାହୁ ଓ ଜରପଡା ଗାଁ ର କୋକିଳ ସାହୁ । ଅନ୍ୟ ଦୁଇ ଯାତ୍ରୀଙ୍କ ଅବସ୍ଥା ଗୁରୁତର ହେବାରୁ ସେମାନଙ୍କୁ କଟକ ସ୍ଥାନାନ୍ତରିତ କରାଯାଇଛି ।

