ସଂଯୁକ୍ତ ଜନ ଅଭିଯୋଗ ଶୁଣାଣି ଶିବିର ଏବଂ ଗ୍ରାମ ମୁଖୀ ପ୍ରଶାସନ କାର୍ଯ୍ୟକ୍ରମ !!!

Spread the love

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ଗଜପତି ଜିଲ୍ଲା ଗୁମ୍ମା ବ୍ଳକର ବଡ଼ କଳାକୋଟ ଗ୍ରାମପଞ୍ଚାୟତ ଠାରେ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣି ସହ ଗ୍ରାମ ମୁଖୀ ପ୍ରଶାସନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । 174 ଅଭିଯୋଗ ଆସିଥିଲା ବେଳେ ସେଥିମଧ୍ୟରୁ 85 ଟି ଅଭିଯୋଗକୁ ତୁରନ୍ତ ସମାଧାନ କରାଯାଇଛି । ଅନ୍ୟ 89 ଅଭିଯୋଗ ସମାଧାନ କରିବା ସକାଶେ ବିଭାଗୀୟ ଅଧିକାରୀ ମାନଙ୍କୁ ଜିଲ୍ଲା ପ୍ରଶାସନ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି । ଏହି କାର୍ଯ୍ୟକ୍ରମରେ ଜିଲ୍ଲାପାଳ ଲିଙ୍ଗରାଜ ପଣ୍ଡା , 126 ଜଣ ପ୍ରକୃତ ହିତାଧିକାରୀଙ୍କୁ ଜଙ୍ଗଲ ଜମି ପଟ୍ଟା, ROR ବଣ୍ଟନ କରିଥିଲେ । କେତେଲ ଦିବ୍ୟାଙ୍ଗଙ୍କୁ ଟ୍ରାଇ ସାଇକେଲ ବଣ୍ଟନ କରାଯାଇଥିଲା । ଏହି କାର୍ଯ୍ୟକ୍ରମ ରେ ଜିଲ୍ଲାପାଳ ଲିଙ୍ଗରାଜ ପଣ୍ଡା, ଗ୍ରାମ୍ୟ ଉନ୍ନୟନ ପ୍ରକଳ୍ପ ପ୍ରଶାସକ ମହେଶ୍ୱର ଚନ୍ଦ୍ର ନାୟକ, ଗୋଷ୍ଠୀ ଉନ୍ନୟନ ଅଧିକାରୀ, ବ୍ଳକ ସ୍ତରୀୟ ଅଧିକାରୀ, ଜିଲ୍ଲା ସ୍ତରୀୟ ଅଧିକାରୀ ଓ ଜନ ପ୍ରତିନିଧି ଉପସ୍ଥିତ ଥିଲେ ।

Leave a Reply

Your email address will not be published. Required fields are marked *