ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ସାରା ଦେଶ ପାଇଁ ଗରିବ କଲ୍ୟାଣ ସମ୍ମିଳନୀ ମାନ୍ୟବର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ବାରା ଉଦଘାଟିତ ହୋଇଯାଇଛି । ଏହି ସମ୍ମିଳନୀ ମାନ୍ୟବର ପ୍ରଧାନମନ୍ତ୍ରୀ ହିମାଚଳ ପ୍ରଦେଶର ସିମଲା ଠାରୁ ଭିଡ଼ିଓ କନଫେରେସିଂ ମାଧ୍ୟମରେ ଶୁଭାରମ୍ଭ କରିଥିଲେ । ଏହି କାର୍ଯ୍ୟକ୍ରମରେ ଗଜପତି ଜିଲ୍ଲା ସ୍ତରରେ ଜିଲ୍ଲା ପରିଷଦ ସଭାପତି ଜି.ତିରୁପତି ରାଓ , ପାରଳାଖେମୁଣ୍ଡି ବିଧାୟକ ଶ୍ରୀ କେ. ନାରାୟଣ ରାଓ ଏବଂ ଜିଲ୍ଲାପାଳ ଲିଙ୍ଗରାଜ ପଣ୍ଡା ୟୁନିୟନ୍ ବ୍ୟାଙ୍କର ଗ୍ରାମୀଣ ଆତ୍ମନିଯୁକ୍ତି ପ୍ରଶିକ୍ଷଣ କେନ୍ଦ୍ରଠାରେ ଯୋଗ ଦେଇଥିଲେ । କେନ୍ଦ୍ର ସରକାରଙ୍କ ଦ୍ବାରା ପାଳିତ ହେଉଥିବା ଆଜାଦି କି ଅମୃତ ମହୋତ୍ସବ ଅବସରରେ କେନ୍ଦ୍ର ସରକାରଙ୍କ ଦ୍ବାରା କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ଯୋଜନାର ସୂଚନା ଏବଂ ସଫଳ ରୂପାୟନ ଭାବରେ ମାନ୍ୟବର ପ୍ରଧାନମନ୍ତ୍ରୀ ଗୁରୁତ୍ବାରୋପ କରିଥିଲେ । ଏହାସହ ବିଭିନ୍ନ ପ୍ରଦେଶର କିଛି ହିତାଧିକାରୀଙ୍କ ସହିତ ମାନ୍ୟବର ପ୍ରଧାନମନ୍ତ୍ରୀ କଥା ହୋଇ ଯୋଜନାର ସଫଳ ରୂପାୟନ ଉପରେ ଆଲୋଚନା କରିଥିଲେ । ଏହି କାର୍ଯ୍ୟକ୍ରମରେ ମାନ୍ୟବର ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନାରେ ଅନ୍ତର୍ଭୁକ୍ତ ଥିବା ୧୦ କୋଟି ହିତାଧିକାରୀ ମାନଙ୍କୁ ପ୍ରାୟ ୨୧ ହଜାର କୋଟି ପ୍ରଦାନ କରିଥିଲେ । ଅନ୍ୟ ମାନଙ୍କ ମଧ୍ୟରେ ପାରଳାଖେମୁଣ୍ଡି ପୌରପାଳିକା ଅଧ୍ୟକ୍ଷା ଶ୍ରୀମତୀ ନିର୍ମଳା ସେଠୀ , କାର୍ଯ୍ୟନିର୍ବାହୀ ଅଧିକାରୀ , ପାରଳାଖେମୁଣ୍ଡି ମ୍ୟୁନିସିପାଲିଟି ଜ୍ଞାନରଞ୍ଜନ ମାଝୀ ଏବଂ କାର୍ଯ୍ୟନିର୍ବାହୀ ଅଧିକାରୀ , ଏନ୍.ଏ.ସି , କାଶୀନଗର ଶ୍ରୀମତି ସତ୍ୟସମ୍ପନ୍ନା ରାଉତ , ମହିଳା ସ୍ଵୟଂ ସହାୟକ ଗୋଷ୍ଠୀର ମା ମାନେ ଏବଂ ଆଶା କର୍ମୀ ମାନେ ଉପସ୍ଥିତ ଥିବା ବେଳେ ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର କର୍ମଚାରୀ ଏହାକୁ ପରିଚାଳନା କରିଥିଲେ ।