Site icon Awaj Media

ଗଜପତି ରେ ଶିଶୁ ଶ୍ରମିକ ନିରାକରଣ ରଥର ଶୁଭାରମ୍ଭ !!!

Spread the love

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ରାଜ୍ୟ ସରକାରଙ୍କ ଶ୍ରମ ଓ କର୍ମଚାରୀ ରାଜ୍ୟ ବୀମା ବିଭାଗ ତରଫରୁ ରାଜ୍ୟରେ ଶିଶୁ ଶ୍ରମିକ ଉଚ୍ଛେଦ ସମ୍ପର୍କିତ ଏକ 15 ଦିନିଆ ସଚେତନତା କାର୍ଯ୍ୟକ୍ରମ ଆରମ୍ଭ କରାଯାଇଛି । ଏହି ଅବସରରେ ଗଜପତି ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ଶ୍ରମ କାର୍ଯ୍ୟାଳୟ ତରଫରୁ ଶିଶୁ ଶ୍ରମିକ ନିରାକରଣ ସଚେତନତା ରଥକୁ ଅତିରିକ୍ତ ଜିଲ୍ଲାପାଳ ସଂଗ୍ରାମ ଶେଖର ପଣ୍ଡା ସବୁଜ ପତାକା ଦେଖାଇ ଶୁଭ ଉଦଘାଟନ କରିଛନ୍ତି । ଏହି ସଚେତନତା ରଥ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରୁ ବାହାରି ପାରଳାଖେମୁଣ୍ଡି ପୋୖରାଞ୍ଚଳର ବିଭିନ୍ନ ସାହି ପରିକ୍ରମା କରି ଶିଶୁ ଶ୍ରମିକ ଆଇନରେ ଥିବା ବ୍ୟବସ୍ଥା ତଥା କଟକଣା ଆଦି ସମ୍ପର୍କରେ ଲୋକଙ୍କୁ ସଚେତନ କରାଇବ । ଏହି କାର୍ଯ୍ୟକ୍ରମରେ ଜିଲ୍ଲା ଶ୍ରମ ଅଧିକାରୀ ଲୋକନାଥ ପଣ୍ଡା, ଶ୍ରମ ନିରୀକ୍ଷକ ସୋମନାଥ ପାତ୍ର, ଜିଲ୍ଲା ସଂସ୍କୃତି ଅଧିକାରିଣୀ ସୁଶ୍ରୀ ଅର୍ଚ୍ଚନା କୁମାରୀ ମଙ୍ଗରାଜ, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଅରୁଣ ତ୍ରିପାଠୀ, ଚାଇଲଡ଼ ଲାଇନ ସଂଯୋଜକ ନାଗେଶ୍ୱର ଚୌଧୁରୀ ଏବଂ ଏକ୍ସସନ ଏଡ଼ ର ଜିଲ୍ଲା ସଂଯୋଜକ ବିକାଶ ମେହେର ପ୍ରମୁଖ ଉପସ୍ଥିତ ଥିଲେ । ଏହି କାର୍ଯ୍ୟକ୍ରମ କୁ ଜିଲ୍ଲା ଶ୍ରମ ଅଧିକାରୀ ଙ୍କ କାର୍ଯ୍ୟାଳୟ ର ସମସ୍ତ କର୍ମଚାରୀ ପରିଚାଳନା କରିଥିଲେ ।

Exit mobile version