Site icon Awaj Media

ଶିଶୁ ଶ୍ରମିକ ନିରାକରଣ ସଚେତନତା ଶୋଭାଯାତ୍ରା !!!

Spread the love

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମୁଖରେ ଏକ ଶିଶୁ ଶ୍ରମିକ ନିରାକରଣ ସଚେତନତା ଶୋଭାଯାତ୍ରାକୁ ଗଜପତି ଜିଲ୍ଲାପାଳ ଲିଙ୍ଗରାଜ ପଣ୍ଡା ସବୁଜ ପତାକା ଦେଖାଇ ଶୁଭ ଉଦଘାଟନ କରିଥିଲେ । ଏହି ଶୋଭାଯାତ୍ରା ମାଧ୍ୟମରେ ସହର ପରିକ୍ରମା କରି ବିଭିନ୍ନ ସ୍ଲୋଗାନ ଦେଇ ସଚେତନତା କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ଜିଲ୍ଲା ଶ୍ରମ ଅଧିକାରୀ ଲୋକନାଥ ପଣ୍ଡା, ଶ୍ରମ ନିରୀକ୍ଷକ ସୋମନାଥ ପାତ୍ର, ଜିଲ୍ଲା ସଂସ୍କୃତି ଅଧିକାରିଣୀ ସୁଶ୍ରୀ ଅର୍ଚ୍ଚନା କୁମାରୀ ମଙ୍ଗରାଜ ,ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଅରୁଣ କୁମାର ତ୍ରିପାଠୀ, ଏକ୍ସସନ ଏଡ଼ର ଜିଲ୍ଲା ସଂଯୋଜକ ବିକାଶ ମେହେର, ଚାଇଲଡ଼ ଲାଇନର ସଂଯୋଜକ ନାଗେଶ୍ୱର ଚୌଧୁରୀ ପ୍ରମୁଖ ଉପସ୍ଥିତ ଥିଲେ । ଏହି କାର୍ଯ୍ୟକ୍ରମ ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ଶ୍ରମ କାର୍ଯ୍ୟାଳୟ ତରଫରୁ ଶିଶୁ ଶ୍ରମିକ ନିରାକରଣ ସଚେତନତା କରାଯାଇଛି ।

Exit mobile version