Site icon Awaj Media

ଓଡ଼ିଶା ମୋ ପରିବାର ଜୀବନ ବିନ୍ଦୁ ଆନୁକୂଲ୍ୟରେ ରକ୍ତଦାନ ଶିବିର ଅନୁଷ୍ଠିତ !!!

Spread the love

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ଗଜପତି ଜିଲ୍ଲା ରାୟଗଡ ବ୍ଳକ ର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଠାରେ ଓଡ଼ିଶା ମୋ ପରିବାର ଜୀବନ ବିନ୍ଦୁ ଆନୁକୂଲ୍ୟରେ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମ ରେ ବ୍ରହ୍ମପୁର ସାଂସଦ ଚନ୍ଦ୍ରଶେଖର ସାହୁ ମୁଖ୍ୟ ଅତିଥି ଭାବେ ଯୋଗ ରିବନ କାଟି ଶୁଭ ଉଦଘାଟନ କରିଥିଲେ । ଓଡ଼ିଶା ମୋ ପରିବାର ଜୀବନ ବିନ୍ଦୁର ଜିଲ୍ଲା ସଂଯୋଜକ ଇନ୍ଦିରା ପଟ୍ଟନାୟକ ଙ୍କ ତତ୍ୱାବଧାନରେ ଅନୁଷ୍ଠିତ କାର୍ଯ୍ୟକ୍ରମ ରେ ଗଜପତି ଜିଲ୍ଲା ବିଜେଡି ସଭାପତି ପ୍ରଦୀପ ନାୟକ, ରାୟଗଡ ବ୍ଳକ ଅଧ୍ୟକ୍ଷା ପୂର୍ଣ୍ଣବାସୀ ନାୟକ, ବରିଷ୍ଠ ବିଜେଡି ନେତା ଅନ୍ତର୍ଯ୍ୟାମୀ ଗୋମାଙ୍ଗ, ପୂର୍ବତନ ଜିଲ୍ଲା ପରିଷଦ ଉପାଧ୍ୟକ୍ଷ ଆର ବିଜୟ କୁମାର, ବ୍ଳକ ଉପାଧ୍ୟକ୍ଷ ଜ୍ୟୋତି ପାଣି, 14 ଜୋନ୍ ର ଜିଲ୍ଲା ପରିଷଦ ସଭ୍ୟ ପିତାମ୍ବର ନାୟକ , ବ୍ଳକ ସଭାପତି ସୀମାଞ୍ଚଳ ମହାନ୍ତି, ପର୍ଯ୍ୟବେକ୍ଷକ ଜଗଦୀଶ ରାଓ ପ୍ରମୁଖ ଙ୍କ ସହ ବହୁ ବିଜେଡି ନେତା ଓ କର୍ମୀ ଉପସ୍ଥିତ ଥିଲେ । ଆଜିର ଏହି କାର୍ଯ୍ୟକ୍ରମ ରେ 50 ୟୁନିଟ ରକ୍ତ ସଂଗୃହୀତ ହୋଇଥିଲା ।

Exit mobile version