କନ୍ଧମାଳ ( ଆୱାଜ ମିଡ଼ିଆ ) – ସଞ୍ଜୟ କୁମାର ପାଣିଗ୍ରାହୀ : କନ୍ଧମାଳ ଏସପି ଭିନୀତ ଅଗ୍ରୱାଲ ଙ୍କ ନିର୍ଦ୍ଦେଶରେ ଏସଓଜି ଏବଂ ଡ଼ିଭିଏଫ ଯବାନ ମାନେ ଗୋଛାପଡା ଥାନା ଅନ୍ତର୍ଗତ ଶାସିକେତା ଜଙ୍ଗଲ ରେ ମାଓ ବାଦି କ୍ୟାମ୍ପ ଉପରେ ଚଢ଼ାଉ କରି ବିପୁଳ ପରିମାଣ ର ମାଓ ସାମଗ୍ରୀ ଜବତ କରିଥିବା ନେଇ ରବିବାର କନ୍ଧମାଳ ଏସପି ଭିନୀତ ଅଗ୍ରୱାଲ ସୂଚନା ଦେଇଛନ୍ତି l ଜବତ ସାମଗ୍ରି ମଧ୍ୟରେ ରହିଛି ମେଡିସିନ, ବିଦ୍ୟୁତ ତାର, ମାଓ ପୋଷାକ, ଜିଲୋଟିନ, ଛୁରୀ, ଇନଶlସ ମେଗାଜିନ, ଚଷମା, ଆଦି ଜିନିଷ ପତ୍ର ମାନ ଥିବା ଏସପି ଅଗ୍ରୱାଲ କହିଛନ୍ତି l ସେଠାରେ କେକେବିଏନ ଡ଼ିଭିଜନ ମାଓବାଦୀ ମନେ କ୍ୟାମ୍ପ କରିଥିବା ଆହୁରି ସୂଚନା ଦେଇଥିଲେ ଏସପି l ସେହିପରି ଗତ ମେ ମାସ ୨୨ ରେ ଛତିଶଗଡ଼ ବିଜେପୁର ଜିଲା ଅନ୍ତର୍ଗତ ଵାସାଗୁଡା ଥାନା ଅନ୍ତର୍ଗତ ଡ଼ାଲା ଗ୍ରାମର ଅଶୋକ ପୁନେ ନାମକ ଜଣେ ହାର୍ଡ କୋର ମାଓବାଦୀ ଓ ଏରିଆ କମିଟି ସଦସ୍ୟ ଏସପି ଭିନୀତ ଅଗ୍ରୱାଲ ଙ୍କ ନିକଟରେ ଆତ୍ମ ସମର୍ପଣ କରିଥିଲେ l ସରକାର ଙ୍କ ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟ ରେ ପ୍ରଭାବିତ ହୋଇ ଅଶୋକ ହିଂସା ପରିତ୍ୟାଗ କରି ଆତ୍ମ ସମର୍ପଣ କରି ସମାଜର ମୁଖ୍ୟ ସ୍ରୋତ ରେ ସାମିଲ ହୋଇଥିବା କହିଥିଲା , ସରକାରଙ୍କ ଲୋଭନୀୟ ପେକେଜ ପ୍ରତି ଆକର୍ଷିତ ହେଇ ଦିନକୁ ଦିନ ମାଓବାଦୀ ମାନେ ସରକାରଙ୍କ ନିକଟରେ ଆତ୍ମସମର୍ପଣ କରୁଥିବା ଦେଖା ଯାଉଛି l କନ୍ଧମାଳ ଏସପି ଙ୍କ ରଣ କୌଶଳ, ଲଗାତାର କମ୍ବିଂ ଅପରେସନ ଯୋଗୁଁ ମାଓ ସଂଗଠନ ଦିନକୁ ଦିନ ଦୁର୍ବଳ ହେବାରେ ଲାଗିଛି l
କନ୍ଧମାଳ ପୋଲିସକୁ ସଫଳତା : ବିପୁଳ ପରିମାଣର ମାଓ ସାମଗ୍ରୀ , ବିସ୍ଫୋରକ ଜବତ !!!

