ଖଣ୍ଡପଡାରେ ବ୍ଲକ ସ୍ତରୀୟ ଜନଶୁଣାଣି ଶିବିର !!!

0
318

ନୟାଗଡ ( ଆୱାଜ ମିଡ଼ିଆ ) – କିଶୋର ମହାପାତ୍ର : ନୟାଗଡ଼ ଜିଲ୍ଲା ଖଣ୍ଡପଡ଼ା ବ୍ଲକ ପଞ୍ଚାୟତ ସମିତି ସଭାଗୃହ ରେ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଅଲେଖ ଚନ୍ଦ୍ର ପହିଙ୍କ ଅଧ୍ୟକ୍ଷତାରେ ବ୍ଲକ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରରେ ଆରକ୍ଷୀ ଅଧିକ୍ଷକ ଶ୍ରୀଯୁକ୍ତ ପହି , ଅତିରିକ୍ତ ଜିଲ୍ଲାପାଳ ବିଧାନ ଚନ୍ଦ୍ର ରାୟ, ପ୍ରକଳ୍ପ ନିର୍ଦ୍ଦେଶକ ସୁବାସ ଚନ୍ଦ୍ର ରାୟ, ଉପ-ଜିଲ୍ଲାପାଳ ଲଗ୍ନଜିତ ରାଉତ, ଖଣ୍ଡପଡ଼ା ପଞ୍ଚାୟତ ସମିତି ଉପାଧ୍ୟକ୍ଷ ଶିଶିର ସାହୁ, ଗୋଷ୍ଠୀ ଉନ୍ନୟନ ଅଧିକାରୀ ଖଣ୍ଡପଡ଼ା, ତହସିଲଦାର ଖଣ୍ଡପଡ଼ା, ଜିଲ୍ଲା ସ୍ତରୀୟ ଅଧିକାରୀ, ଆଇନ ବିଭାଗ ଅଧିକାରୀ ମାନେ ଉପସ୍ଥିତ ରହି ଜନ ଶୁଣାଣି ରେ ସହଯୋଗ କରିଥିଲେ । ଆଜି ପଞ୍ଜିକୃତ ହୋଇଥିବା ୧୪୨ ଟି ଅଭିଯୋଗ ମଧ୍ୟରୁ ବ୍ୟକ୍ତିଗତ ଭାବେ ୧୩୦ ଟି , ସାମୂହିକ ୮ ଟି ଗ୍ରାମ ବିବାଦ ର ଶୁଣାଣି କରାଯାଇ ତତକାଳ ୪୭ ଟି ସମାଧାନ କରାଯାଇଥିଲା । ସେହିପରି ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ତିନି ଗୋଟି କେସ ରେ ସହାୟତା ଯୋଗାଇ ଦିଆଯିବ ବୋଲି ନିଷ୍ପତ୍ତି ନିଆଯାଇଛି । ଅବଶିଷ୍ଟ ଦରଖାସ୍ତ ଗୁଡିକୁ ସମାଧାନ ପାଇଁ ସମ୍ପୃକ୍ତ ବିଭାଗ ଗୁଡ଼ିକୁ ନିର୍ଦ୍ଦେଶ ଦିଆଯାଇଛି ।

 

LEAVE A REPLY

Please enter your comment!
Please enter your name here