Site icon Awaj Media

ଚିଲିକା ବ୍ଲକରେ ଖୋର୍ଦ୍ଧା ଜିଲ୍ଲାପାଳଙ୍କ ମିଳିତ ଅଭିଯୋଗ ଶୁଣାଣି : ୧୯ ଟି ବିଦ୍ୟାଳୟକୁ ମିଳିଲା ସ୍ଥାୟୀ ପଟ୍ଟା !!!

Spread the love

ଚିଲିକା ( ଆୱାଜ ମିଡ଼ିଆ ) – ରାକେଶ ସାହୁ : ଚିଲିକା ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଖୋର୍ଦ୍ଧା ଜିଲ୍ଲାପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ସଂଗ୍ରାମ କେଶରୀ ମହାପାତ୍ର ଚିଲିକା ବ୍ଳକ ଅଧୀନସ୍ଥ ୧୭ ଗୋଟି ପଞ୍ଚାୟତ ଏବଂ ବାଲୁଗାଁ ଏନଏସିର ସମୁଦାୟ ୩୯୧ ଗୋଟି ଅଭିଯୋଗ ଦରଖାସ୍ତ ଗ୍ରହଣ କରି ତନ୍ମଧ୍ୟରୁ ୩୫ ଗୋଟି ଅଭିଯୋଗର ତୁରନ୍ତ ଫଇସଲା କରିଥିଲେ । ୩୯୧ ଗୋଟି ଅଭିଯୋଗ ମଧ୍ୟରୁ ୩୮୧ ଟି ବ୍ୟକ୍ତିଗତ ଏବଂ ୧୦ ଟି ଗୋଷ୍ଠୀଗତ ସମସ୍ୟା ସମ୍ପର୍କିତ ଅଭିଯୋଗ ଥିବା ଜଣାପଡିଛି । ଅନ୍ୟ ଅଭିଯୋଗ ଗୁଡ଼ିକ ସମ୍ପୃକ୍ତ ବିଭାଗକୁ ପଠାଇ ଦିଆ ଯାଇଥିବା ବେଳେ ୨ ଜଣ ହିତାଧିକାରୀଙ୍କୁ ରେଡକ୍ରସ୍ ପାଣ୍ଠିରୁ ୨୦ ହଜାର ଏବଂ ଜଣେ ହିତାଧିକାରୀଙ୍କୁ ମୁଖ୍ୟମନ୍ତ୍ରୀ ରିଲଫ ପାଣ୍ଠିରୁ ୧୫ ହଜାର ଟଙ୍କା ସହାୟତା ଯୋଗାଇ ଦିଆଯାଇଥିଲା । ଦୁଇ ଜଣ ଭିନ୍ନକ୍ଷମଙ୍କୁ ଗୋଟାଏ ଲେଖାଏଁ ଟ୍ରାଇ ସାଇକେଲ ଓ ହୁଇଲ ଚେୟାର ପ୍ରଦାନ କରାଯାଇଥିବା ବେଳେ ୧୯ ଗୋଟି ବିଦ୍ୟାଳୟକୁ ସ୍ଥାୟୀ ପଟ୍ଟା ପ୍ରଦାନ କରାଯାଇଛି । ସେହିପରି ଭାବେ ସ୍ୱଚ୍ଛ ଭାରତ ମିଶନ ଅନ୍ତର୍ଗତ ଚିଲିକା ବ୍ଲକର ସତର ଗୋଟି ପଞ୍ଚାୟତକୁ ୧୭ ଟି ଟ୍ରାଇ ସାଇକେଲ ପ୍ରଦାନ କରାଯାଇଛି । ଉକ୍ତ ଜନଶୁଣାଣି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ମନୋଜ କୁମାର ପାଢ଼ୀ, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ସୁରେନ୍ଦ୍ରନାଥ ମୁର୍ମୁ, ତହସିଲଦାର ସୁରେଶ ଚନ୍ଦ୍ର ପଣ୍ଡା, ବିଡିଓ ଡ଼ା ସୁଷମା ବାରିକ, ବାଲୁଗାଁ ଏନଏସି କାର୍ଯ୍ୟନିର୍ବାହୀ ଅଧିକାରୀ ପ୍ରାଣନାଥ ସେଠ, ବାଲୁଗାଁ ଏସଡିପିଓ ମାନସ ରଞ୍ଜନ ବାରିକ, ବାଲୁଗାଁ ଥାନା ଇନଚାର୍ଜ ଡ଼ିଏସପି ରମାକାନ୍ତ ମାହାଲିକ, ବାଣପୁର ଆଇଆଇସି ରଶ୍ମିରଞ୍ଜନ ସାହୁ, ପଞ୍ଚାୟତ ସମିତି ଅଧ୍ୟକ୍ଷା ଜ୍ୟୋତ୍ସ୍ନା ବେହେରା, ଉପାଧ୍ୟକ୍ଷ ଅରୁଣ ପଟ୍ଟନାୟକ, ସମସ୍ତ ନିର୍ବାଚିତ ଜନ ପ୍ରତିନିଧି ଓ ବିଭିନ୍ନ ସରକାରୀ ବିଭାଗର ଅଧିକାରୀ ମାନେ ଉପସ୍ଥିତ ଥିଲେ ।

Exit mobile version