ବାଣପୁର ( ଆୱାଜ ମିଡ଼ିଆ ) – ରାକେଶ ସାହୁ : ରଜ ସଂକ୍ରାନ୍ତି ବେଳେ ଖୋର୍ଦ୍ଧା ଜିଲ୍ଲା ବାଣପୁର ଥାନାର ଏକାଧିକ ଅଞ୍ଚଳରେ ବେଆଇନ ଜୁଆ ଆଡ୍ଡା ଚାଲିଥିବା ବେଳେ ଆଇଆଇସି ରଶ୍ମିରଞ୍ଜନ ସାହୁଙ୍କ ନିର୍ଦ୍ଦେଶ କ୍ରମେ ଆଜି ସମ୍ପୃକ୍ତ ସ୍ଥାନ ଗୁଡିକରେ ଚଢ଼ାଉ କରାଯାଇ ୯ ଜଣ ଜୁଆଡ଼ିଙ୍କୁ ଗିରଫ କରାଯାଇଛି । ସେମାନଙ୍କ ନିକଟରୁ ନଗଦ ୩୦ ହଜାର ଟଙ୍କା, ତାସ ପତି, ତାରପୋଲିନ ଇତ୍ୟାଦି ଜୁଆ ଖେଳରେ ବ୍ୟବହୃତ ଅନେକ କାଗଜପତ୍ର ଜବତ କରାଯାଇଥିବା ପୋଲିସ ସୂତ୍ରରୁ ପ୍ରକାଶ । ଏହି ପରିପ୍ରେକ୍ଷୀରେ ପୋଲିସ ୩ ଓପିଜି ଅଧିନିୟମ ଅନୁଯାୟୀ କେଶ ନମ୍ବର ୨୩୭ / ୨୨ ଏବଂ ୨୩୮ / ୨୨ ରେ ଦୁଇ ଗୋଟି ମାମଲା ରୁଜୁ କରି ସମସ୍ତ ଅଭିଯୁକ୍ତଙ୍କୁ ଆସନ୍ତା କାଲି କୋର୍ଟ ଚାଲାଣ କରିବ ବୋଲି ଜଣାପଡିଛି ।
ବାଣପୁର ପୋଲିସର ବିଭିନ୍ନ ଜୁଆ ଆଡ୍ଡା ଉପରେ ଚଢାଉ : ୯ ଜୁଆଡ଼ି ଗିରଫ !!!

